ଭୁବନେଶ୍ୱର: ଆଜି ବିଧାନସଭା ଶୀତ ଅଧିବେଶନର ୧୧ ଦିନ । ସ୍ୱାଭାବିକ ଭାବେ ଚାଲିଛି ବିଧାନସଭା ପ୍ରଶ୍ନକାଳ । ବିଭିନ୍ନ ବିଭାଗର ମନ୍ତ୍ରୀ ବିଧାୟକ, ବିଧାୟିକାଙ୍କ ପ୍ରଶ୍ନର ଉତ୍ତର ରଖୁଛନ୍ତି । ଏଥି ସହିତ ବିଧାୟକ ଓ ମନ୍ତ୍ରୀଙ୍କ ଦରମା । ପୂର୍ବତନ ବିଧାୟକଙ୍କ ବୃଦ୍ଧି ହେବ ପେନସନ । ବିଧାୟକ, ମନ୍ତ୍ରୀ, ଉପବାଚସ୍ପତି ଓ ପୂର୍ବ ବିଧାୟକଙ୍କ ବଢିବ ଦରମା, ଭତ୍ତା । ଆଜି ଗୃହରେ ଗୁରୁତ୍ୱପୂର୍ଣ୍ଣ ବିଲ ଉପସ୍ଥାପନ କରିବେ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ।










