32.1 C
Bhubaneswar
Monday, May 4, 2026
Homeଓଡିଶାଅଟଳଜୀ ଚିର ନମସ୍ୟ ଓ ଆମ ସମସ୍ତଙ୍କ ପ୍ରେରଣାର କେନ୍ଦ୍ରବିନ୍ଦୁ ଅଟନ୍ତି: ମନମୋହନ ସାମଲ

ଅଟଳଜୀ ଚିର ନମସ୍ୟ ଓ ଆମ ସମସ୍ତଙ୍କ ପ୍ରେରଣାର କେନ୍ଦ୍ରବିନ୍ଦୁ ଅଟନ୍ତି: ମନମୋହନ ସାମଲ

ଭୁବନେଶ୍ୱର: ମହାନ୍ ରାଷ୍ଟ୍ରପୁରୁଷ, ଦୂରଦ୍ରଷ୍ଟା, ଭାରତରତ୍ନ ତଥା ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଆଜି ୭ମ ତମ ବାର୍ଷିକ ପୂଣ୍ୟତିଥିରେ ରାଜ୍ୟ ବିଜେପି ନେତୃବୃନ୍ଦ ଓ କାର୍ଯ୍ୟକର୍ତାଙ୍କ ସମେତ ସାରା ଓଡିଶାବାସୀ ଗଭୀର ଶ୍ରଦ୍ଧାଞ୍ଜଳୀ ଜଣାଇଛନ୍ତି । ଏହି ଅବସରରେ ରାଜ୍ୟ ସଭାପତି ମନମୋହନ ସାମଲ ଭୁବନେଶ୍ୱରରେ ଏମ୍ସ ହସ୍ପିଟାଲ ପରିସରସ୍ଥିତ ବାଜପେୟୀଜିଙ୍କ ପ୍ରତିମୂର୍ତିରେ ପୁଷ୍ପମାଲ୍ୟ ଦେଇ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଛନ୍ତି ।

ରାଜନୀତିର ରଣବୀର, ଶବ୍ଦର ଶିଳ୍ପୀ ଭାରତରତ୍ନ ଅଟଳଜୀ “ସଡକ କ୍ରାନ୍ତିର ଜନକ” ଭାବେ ପରିଚିତ । ଅଟଳଜୀଙ୍କ ଶାସନ କାଳରେ ଦେଶରେ ଗମନାଗମନ କ୍ଷେତ୍ରରେ ହୋଇଥିଲା ଯୁଗାନ୍ତକାରୀ ପରିବର୍ତନ । ସ୍ୱର୍ଣ୍ଣ ଚତୁର୍ଭୁଜ ଯୋଜନା ହେଉ କି ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡକ ଯୋଜନାରେ ଭାରତକୁ ନୂଆ ଦିଶା ଦେଇଛନ୍ତି ଅଟଳଜୀ । ଓଡିଶାକୁ ଜାତୀୟ ରାଜପଥରେ ୧୫୦୦ କିଲୋମିଟରରୁ ୩୪୦୦ କିଲୋମିଟରରେ ପହଁଚାଇଥିଲେ । ଅଟଳଜୀ ଭାରତବର୍ଷର ଐତିହାସିକ ପରିବର୍ତନ କରିଥିଲେ । ଭାରତର ରତ୍ନ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତଃ ଅଟଳ ବିହାରୀ ବାଜପେୟୀଜୀ କେବଳ ଜଣେ ରାଜନୀତିଜ୍ଞ ନଥିଲେ ସେ ଜଣେ ଯୁଗଜନ୍ମା ଓ ରାଷ୍ଟ୍ରନୀତିଜ୍ଞ ଥିଲେ । ଭାରତର ବିକାଶ ଅଗ୍ରଗତିକୁ ପ୍ରୋତ୍ସାହିତ କରି ବ୍ୟାପକ କ୍ଷେତ୍ରରେ ଦେଶକୁ ଏକବିଂଶ ଶତାବ୍ଦୀକୁ ଘେନି ଯିବାର ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିଲେ । ୧୯୯୯ ମହାବାତ୍ୟା ପରେ ଓଡିଶାବାସୀଙ୍କ ଦୁର୍ଦ୍ଦୀନରେ ବାଜପେୟୀଜୀଙ୍କ ସାହାଯ୍ୟ ଓ ସମର୍ଥନ ଅବିସ୍ମରଣୀୟ । ଗ୍ରାମ ସଡକ ଯୋଜନା, ଗାଁ ଗାଁରେ ମୋବାଇଲ ସଂଯୋଗ କରାଇବା, ଅନ୍ତୋଦୟ ଏବଂ ଅନ୍ନପୂର୍ଣ୍ଣା ଯୋଜନାରେ ଗରୀବଙ୍କ ପାଖରେ ଅନ୍ନ ପହଂଚାଇବାରେ ସ୍ୱର୍ଗତଃ ବାଜପେୟୀଙ୍କ ଯୋଗଦାନ ଅତୁଳନୀୟ । ଭାରତବର୍ଷର ଯୁବପିଢୀ ସ୍ୱର୍ଗତଃ ଅଟଳଜୀଙ୍କ ଆଦର୍ଶରେ ଅନୁପ୍ରାଣିତ ହେବା ଉଚିତ୍ । ଅଟଳଜୀ ଚିର ନମସ୍ୟ ଓ ଆମ ସମସ୍ତଙ୍କ ପ୍ରେରଣାର କେନ୍ଦ୍ରବିନ୍ଦୁ ବୋଲି ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ କହିଛନ୍ତି ।

ସ୍ୱାସ୍ଥ୍ୟ କ୍ଷେତ୍ରରେ ଦିଲ୍ଲୀ ପରେ ଅନ୍ୟତମ ଭୁବନେଶ୍ୱର ସ୍ଥିତ ଏମ୍ସ ମେଡିକାଲ କଲେଜ ଆଜି ସମସ୍ତଙ୍କ ବିଶ୍ୱାସଯୋଗ୍ୟ ହୋଇପାରିଛି । ଏମ୍ସ ମେଡିକାଲର ଭିତିଭୂମିକୁ ସୁଦୃଢ କରିବା ସହ ରୋଗୀମାନଙ୍କୁ ଉନ୍ନତ ମାନର ସେବା ଯୋଗଇଦେବା ପାଇଁ ବ୍ୟାପକ ପଦକ୍ଷେପ ନିଆଯିବ ଏଥିସହ ରୋଗୀମାନଙ୍କ ସହାୟତା ପାଇଁ ସେମାନଙ୍କ ସହ ଥିବା ପରିବାର ସଦସ୍ୟମାନଙ୍କୁ ମଧ୍ୟ ସମସ୍ତ ସୁବିଧା ଯୋଗାଇଦେବାକୁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ରାଜ୍ୟ ସଭାପତି ଶ୍ରୀ ସାମଲ କହିଛନ୍ତି । ଏହି ଅବସରରେ ପୂର୍ବତନ ରାଜ୍ୟ ସଭାପତି ତଥା ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ସଦସ୍ୟ ସମୀର ମହାନ୍ତି, ବିଧାୟକ ପ୍ରଶାନ୍ତ ଜଗଦ୍ଦେବରାୟ, ବିଧାୟକ ବାବୁ ସିଂ, ରାଜ୍ୟ ଉପସଭାପତି ବିରଂଚି ନାରାୟଣ ତ୍ରିପାଠୀ, ରାଜ୍ୟ ସଂପାଦକ ସରୋଜ କର, ରାଜ୍ୟ ମୁଖପାତ୍ର ସୁଦୀପ୍ତ ରାୟ, ବରିଷ୍ଠ ନେତା ମହେଶ ମହାନ୍ତି, ଯୁବମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡା, ଖୋର୍ଦ୍ଧା ଜିଲ୍ଲା ସଭାପତି ବିଶ୍ୱରଞ୍ଜନ ବଡଜେନା ଏବଂ ପାର୍ଟିର ଅନେକ କାର୍ଯ୍ୟକର୍ତା ଉପସ୍ଥିତ ରହି ସ୍ୱର୍ଗତଃ ଅଟଳଜୀଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଥିଲେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking