33.1 C
Bhubaneswar
Wednesday, April 24, 2024
Homeଦେଶ ବିଦେଶଅଟଳ ଭୂଜଳ ଯୋଜନାର ଶୁଭାରମ୍ଭ କଲେ ମୋଦୀ

ଅଟଳ ଭୂଜଳ ଯୋଜନାର ଶୁଭାରମ୍ଭ କଲେ ମୋଦୀ

ନୂଆଦିଲ୍ଲୀ: ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୯୫ତମ ଜୟନ୍ତୀ । ତାଙ୍କ ଜୟନ୍ତୀରେ ଅଟଳ ଭୂଜଳ ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦୀ | କେନ୍ଦ୍ର ସରକାର କୃଷକଙ୍କ ଆୟ ବୃଦ୍ଧି ଲାଗି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମ ଦିନରେ ଅଟଳ ଭୂଜଳ ନାମକ ମହତ୍ଵପୂର୍ଣ୍ଣ ଯୋଜନାର ଶୁଭାରମ୍ଭ କରାଯାଇଛି । ଫଳରେ ୬ ରାଜ୍ୟର ୮,୩୫୦ ଗାଁକୁ ଏହି ଯୋଜନାର ଲାଭ ମିଳିବ।
ଅଟଳ ଭୂଜଳ ଯୋଜନାକୁ ମଙ୍ଗଳବାର କେନ୍ଦ୍ର କ୍ୟାବିନେଟ୍ ମଞ୍ଜୁରୀ ଦେଇଛନ୍ତି। ଏହି ଯୋଜନାର ଲାଭ ୬ଟି ରାଜ୍ୟକୁ ମିଳିବ। ଏହି ଯୋଜନାରେ ଉତ୍ତର ପ୍ରଦେଶ, ମଧ୍ୟ ପ୍ରଦେଶ, ଗୁଜରାତ, ହରିୟାଣା, ମହାରାଷ୍ଟ୍ର ଓ ରାଜସ୍ଥାନ ସାମିଲ ରହିଛି । ଏହି ୬ ରାଜ୍ୟର ୮,୩୫୦ ଗାଁ ଏହି ଯୋଜନାର ଲାଭ ପାଇପାରିବେ । କୃଷକଙ୍କ ଆୟ ଦୁଇ ଗୁଣ କରିବା ଲକ୍ଷ୍ୟରେ କେନ୍ଦ୍ର ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ଏହି ଯୋଜନା ପାଇଁ କେନ୍ଦ୍ର ସରକାର ୬୦୦୦ କୋଟି ଟଙ୍କା ଆବଣ୍ଟିତ କରିବେ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking