20.1 C
Bhubaneswar
Monday, January 19, 2026
Homeଦେଶ ବିଦେଶଶପଥ ନେଲେ ଆତିଶୀ

ଶପଥ ନେଲେ ଆତିଶୀ

ନୂଆଦିଲ୍ଲୀ: ଅରବିନ୍ଦ କେଜ୍ରିଓ୍ବାଲଙ୍କ ଇସ୍ତଫା ପରେ ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ହୋଇଛନ୍ତି ଆପ୍ ନେତ୍ରୀ ଆତିଶୀ ମାର୍ଲେନା ସିଂ । ଦିଲ୍ଲୀ ରାଜନିଓ୍ବାସରେ ଆତିଶୀ ଶପଥ ନେଇଛନ୍ତି । ତାଙ୍କ ସହ ୫ ଜଣ କ୍ୟାବିନେଟ ମନ୍ତ୍ରୀ ମଧ୍ୟ ଶପଥ ନେଇଛନ୍ତି । ଏହାସହ ଦିଲ୍ଲୀର ତୃତୀୟ ମହିଳା ମୁଖ୍ୟମନ୍ତ୍ରୀ ହୋଇଛନ୍ତି ଆତିଶୀ । ତାଙ୍କ ସହ ଆପ ବିଧାୟକ ଗୋପାଳ ରୟ, ସୌରଭ ଭରଦ୍ୱାଜ, କୈଳାଶ ଗେହଲଟ୍, ଇମ୍ରାନ ହୁସେନ୍ ଏବଂ ମୁକେଶ ଅହଲୱାଟ ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ସୁଲତାନପୁର ମଜାର ବିଧାୟକ ମୁକେଶ ଅହଲୱାଟ ପ୍ରଥମ ଥର ପାଇଁ ଦିଲ୍ଲୀ ସରକାରରେ ମନ୍ତ୍ରୀ ହୋଇଛନ୍ତି। ଯେଉଁଠାରେ ଗୋପାଳ ରାୟ, ସୌରଭ ଭରଦ୍ୱାଜ, କୌଲାଶ ଗେହଲୋଟ୍, ଇମ୍ରାନ ହୁସେନ୍ ମଧ୍ୟ ଅରବିନ୍ଦ କେଜ୍ରିୱାଲ ସରକାରରେ କ୍ୟାବିନେଟ ମନ୍ତ୍ରୀ ଥିଲେ। ଏହାପୂର୍ବରୁ ସେପ୍ଟେମ୍ବର ୧୭ରେ ଅରବିନ୍ଦ କେଜ୍ରିୱାଲ ଏକ୍ସାଇଜ ନୀତି ସହ ଜଡିତ ଏକ ମାମଲାରେ ତିହାର ଜେଲରୁ ଜାମିନ ମଞ୍ଜୁର ହେବା ପରେ ସିଏମ ପଦରୁ ଇସ୍ତଫା ଦେଇଥିଲେ। ଏହା ପରେ ଆମ୍ ଆଦମୀ ପାର୍ଟି ବିଧାନସଭା ଦଳର ବୈଠକରେ ଆତିଶୀ ସର୍ବସମ୍ମତି କ୍ରମେ ବିଧାନସଭା ଦଳର ନେତା ଭାବରେ ନିର୍ବାଚିତ ହୋଇଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking