28.1 C
Bhubaneswar
Thursday, July 4, 2024
Homeଅପରାଧସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଆକ୍ରମଣ; ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ସାଲୁଜା

ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଆକ୍ରମଣ; ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ସାଲୁଜା

କଣ୍ଟାବାଞ୍ଜି: ଓଡିଶାର ସ୍ୱାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କୁ ଗୁଳିମାଡ ଘଟଣା ଏବେ ରାଜନୀତି ଜଗତକୁ ଦୋହଲାଇ ଦେଇଛି । ଗାନ୍ଧିଛକ ପୋଲିସ ଆଉଟପୋଷ୍ଟରେ କାର୍ଯ୍ୟରତ ପୋଲିସ କର୍ମଚାରୀଙ୍କ ଗୁଳିରେ ଗୁରୁତର ଆହତ ହୋଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ । ତେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ସାରା ରାଜ୍ୟ ଏହି ଘଟଣାକୁ ନିନ୍ଦା କରିଛନ୍ତି । ସେପଟେ ଏହି ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛନ୍ତି କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂହ ସାଲୁଜା । ଗୃହ ବିଭାଗ ଦାୟିତ୍ୱରେ ମୁଖ୍ୟମନ୍ତ୍ରୀ ଥାଇ ମଧ୍ୟ ଏଭଳି ଏକ ନିନ୍ଦନୀୟ ଘଟଣା ଘଟିବାକୁ ସହଜରେ ଗ୍ରହଣ କରାଯାଇପାରିବ ନାହିଁ । ତେଣୁ ଯେଉଁ ରାଜ୍ୟରେ ସ୍ୱାସ୍ଥ୍ୟମନ୍ତ୍ରୀ ହିଁ ଅସୁରକ୍ଷିତ ସେଠାରେ ସାଧାରଣ ଜନତା କେତେ ସୁରକ୍ଷିତ ବୋଲି ପ୍ରଶ୍ନ ଉଠିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking