ସାମ୍ବାଦିକଙ୍କୁ ଆକ୍ରମଣ ଘଟଣା: ୨ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର : ଭୁବନେଶ୍ୱରରେ କାର୍ଯ୍ୟରତ ସାମ୍ବାଦିକ ଜ୍ୟୋତିରଞ୍ଜନ ମହାପାତ୍ରଙ୍କୁ ଶନିବାର ରାତିରେ ଦୁର୍ବୃତ୍ତ ଖଣ୍ଡାରେ ଆକ୍ରମଣ କରିଥିଲେ। ଏଥିରେ ସମ୍ପୃକ୍ତ ଦୁଇ ଅଭିଯୁକ୍ତଙ୍କୁ ଆଜି ଗିରଫ କରିଛି ମଞ୍ଚେଶ୍ୱର ଥାନା ପୋଲିସ। ଅଭିଯୁକ୍ତଙ୍କଠାରୁ ବାଇକ୍‌ ଏବଂ ମାରଣାସ୍ତ୍ର ଜବତ କରିଛି ପୋଲିସ। ଦୁଇଜଣଙ୍କୁ ଗିରଫ କରାଯାଇଛି ବୋଲି ପୋଲିସ ପକ୍ଷରୁ କୁହାଯାଇଛି ।