27.6 C
Bhubaneswar
Saturday, April 18, 2026
Homeଓଡିଶାତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ !

ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ !

ଯାଜପୁର : ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ। ଯାଜପୁର ଜିଲ୍ଲା ବ୍ୟାସନଗର ତହସିଲଦାର ପ୍ରଶାନ୍ତ କୁମାର ପଣ୍ଡାଙ୍କୁ ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ଆସିଛି। ଗୁରୁତର ଅବସ୍ଥାରେ ତାଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଲଘୁ ଖଣିଜ ଲୁଟ୍ ହେଉଥିବା ନେଇ ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ସମୟରେ ବ୍ୟାସନଗର ତହସିଲଦାରଙ୍କ ଉପରେ ଦୁର୍ବୁତ୍ତମାନେ ଟ୍ରାକ୍ଟର ଚଢ଼ାଇ ଦେବାକୁ ଉଦ୍ୟମ କରିଥିଲେ । ମିଳିଥିବା ସୂଚନା ଅନୁଯାୟୀ ବ୍ୟାସନଗର ତହସିଲ ଅଧିନ ମିନାବଜାର ଛକ ନିକଟରେ ଥିବା ଏକ ପୋଖରୀକୁ ଖନନ କରି କିଛି ଦୁର୍ବୁତ୍ତ ବେଆଇନ ଭାବେ ମାଟି ଲୁଟି ନେଉଥିଲେ। ଏନେଇ ଖବର ପାଇବା ପରେ ବ୍ୟାସନଗର ତହସିଲଦାର ପ୍ରଶାନ୍ତ କୁମାର ପଣ୍ଡା ସଦଳବଳେ ସେଠାରେ ପହଞ୍ଚିଥିଲେ । ହେଲେ ମାଟି ଲୁଟ୍ କରୁଥିବା ମାଫିଆମାନେ ତହସିଲଦାରଙ୍କ ଉପରେ ଟ୍ରାକ୍ଟର ଚଢ଼ାଇ ଦେଇଥିଲେ । ଗୁରୁତର ଅବସ୍ଥାରେ ତହସିଲଦାରଙ୍କୁ ଉଦ୍ଧାର କରାଯାଇ କୋରେଇ ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ପୁଲିସ୍‌ ଏହି ଘଟଣାର ତଦନ୍ତ ଆରମ୍ଭ କରିଛି। ତେବେ ଏହି ଘଟଣା ସହ ଜଡିତ ଅଭିଯୁକ୍ତମାନଙ୍କୁ ଧରିବା ଓ ବ୍ୟବହୃତ ମେସିନ ଜବତ କରିବା ପାଇଁ ଚେଷ୍ଟା ଚାଲିଥିବା କଳିଙ୍ଗନଗର ଅତିରିକ୍ତ ଜିଲ୍ଲାପାଳ ସପନ କୁମାର ନନ୍ଦ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଅବୈଧ ମାଟି ଖନନ ସମେତ ବିବିଜିନ୍ନା ସମୟରେ ଲଘୁଖଣିଜ ଚୋରା କାରବାର ଓ ବେଆଇନ ପରିବହନକୁ ନେଇ ଏପରି ଆକ୍ରମଣ କରାଯିବା ଦୁର୍ଭାଗ୍ୟ ଜନକ ବୋଲି କହିଛନ୍ତି ଏଡିଏମ ଶ୍ରୀ ନନ୍ଦ। ଏହି ଘଟଣା ଏବେ ଜିଲ୍ଲାର ଆଇନ ଶୃଙ୍ଖଳା ଉପରେ ପ୍ରଶ୍ନ ଉଠାଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking