33.1 C
Bhubaneswar
Thursday, March 19, 2026
Homeଓଡିଶାରେଳ ଷ୍ଟେସନ ନିକଟରେ ଯୁବକଙ୍କୁ ହତ୍ୟା ଉଦ୍ୟମ

ରେଳ ଷ୍ଟେସନ ନିକଟରେ ଯୁବକଙ୍କୁ ହତ୍ୟା ଉଦ୍ୟମ

ଗଞ୍ଜାମ: ଗଞ୍ଜାମ ଜିଲ୍ଲାରୁ ଏକ ଅମନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବ୍ୟକ୍ତିଙ୍କୁ ସଂଘବଦ୍ଧ ଭାବେ ହତ୍ୟା ଉଦ୍ୟମ କରଯାଇଛି। ଗଞ୍ଜାମ ଜିଲ୍ଲା ରମ୍ଭା ଥାନା ଅନ୍ତର୍ଗତ ଆର୍‌ ବାହାଡ଼ାପଲ୍ଲୀର ବି ମନୁ ପ୍ରଧାନଙ୍କୁ ମରଣାନ୍ତକ ଆକ୍ରମଣ କରିଛନ୍ତି ଦୁବୃର୍ତ୍ତ। ରମ୍ଭା ରେଲୱେ ଷ୍ଟେସନ ନିକଟରେ ଧାରୁଆ ଅସ୍ତ୍ରରେ ସଂଘବଦ୍ଧ ଭାବେ ଆକ୍ରମଣ କରାଯାଇଥିବା ସୂଚନା ମିଳିଛି। ଶନିବାର ରାତି ସାଢ଼େ ୯ ଘଣ୍ଟାରେ ରମ୍ଭା ରେଳ ଷ୍ଟେଶନ ନିକଟରୁ ମୁମୁର୍ଷୁ ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇ ପ୍ରଥମେ ଖଲ୍ଲିକୋଟ ଗୋଷ୍ଠୀ ସାସ୍ଥ୍ୟ କେନ୍ଦ୍ରରେ ପ୍ରାଥମିକ ଚିକିତ୍ସା କରାଯାଇ ପରେ ବ୍ରହ୍ମପୁର ବଡ଼ ମେଡ଼ିକାଲକୁ ସ୍ଥାନାନ୍ତରିତ କରାଯାଇଥିଲା। ଆକ୍ରମଣର କାରଣ ଅସ୍ପଷ୍ଟ ରହିଥିବା ବେଳେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣ କରାଯାଇଥିବା ସୂଚନା ମିଳିଛି। ଘଟଣା ସ୍ଥଳରେ ରମ୍ଭା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking