40.1 C
Bhubaneswar
Wednesday, April 24, 2024
Homeଓଡିଶା‘ଶିକ୍ଷାକ୍ଷେତ୍ରରେ ବୈପ୍ଳବିକ ପରିବର୍ତ୍ତନ ଆଣିବା ପାଇଁ ମାନସିକ ପରିବର୍ତ୍ତନ ଆବଶ୍ୟକ’

‘ଶିକ୍ଷାକ୍ଷେତ୍ରରେ ବୈପ୍ଳବିକ ପରିବର୍ତ୍ତନ ଆଣିବା ପାଇଁ ମାନସିକ ପରିବର୍ତ୍ତନ ଆବଶ୍ୟକ’

ଭୁବନେଶ୍ୱର: ଶିକ୍ଷାକ୍ଷେତ୍ରରେ ବୈପ୍ଳବିକ ପରିବର୍ତ୍ତନ ଆଣିବା ପାଇଁ ଆଞ୍ଚଳିକ ସାଧନକେନ୍ଦ୍ର ସଂଯୋଜକମାନଙ୍କର ମାନସିକ ପରିବର୍ତ୍ତନ ଏକାନ୍ତ ଆବଶ୍ୟକ ବୋଲି ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି । ବୁଧବାର ଭୁବନେଶ୍ୱରସ୍ଥିତ ଓସେପାର ସମ୍ମିଳନୀ କକ୍ଷରେ ଆୟୋଜିତ ହେଉଥିବା ରାଜ୍ୟର ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଏବଂ ଜିଲ୍ଲା ପ୍ରକଳ୍ପ ସଂଯୋଜକମାନଙ୍କର ଦୁଇଦିନିଆ ସମ୍ମିଳନୀରେ ଯୋଗଦେଇ ମନ୍ତ୍ରୀ ଶ୍ରୀ ଦାଶ ଏହା କହିଛନ୍ତି । ଏଥିସହ ଲୋକମାନଙ୍କର ଆଶା ଓ ଆକାଂକ୍ଷାକୁ ପୂରଣ କରିବା କ୍ଷେତ୍ର ଅଧିକାରୀମାନଙ୍କର ମୂଳଲକ୍ଷ୍ୟ ହେବା ଉଚିତ ବୋଲି କହିବା ସହ ଆଞ୍ଚଳିକ ସାଧନକେନ୍ଦ୍ର ସଂଯୋଜକମାନେ ନିଷ୍ଠାର ସହିତ ବିଦ୍ୟାଳୟ ପରିଦର୍ଶନ ଓ ତଦାରଖ କାର୍ଯ୍ୟକୁ ସୁଚାରୁରୂପେ ସମ୍ପାଦନ କରିବାକୁ ମନ୍ତ୍ରୀ ଶ୍ରୀ ଦାଶ ନିର୍ଦ୍ଦେଶ ଦେଇଛନ୍ତି ।

ସେହିପରି ‘ଶିକ୍ଷଣ ପରିପୂରଣ କାର୍ଯ୍ୟକ୍ରମ’କୁ ସଫଳ ରୂପେ ବିଦ୍ୟାଳୟରେ ପରିଚାଳନା ଓ ରୂପାୟନ କରିବା ନିମନ୍ତେ ଜିଲ୍ଲା ଶିକ୍ଷା ଅଧିକାରୀ(ଡିଇଓ) ତଥା ଜିଲ୍ଲା ପ୍ରକଳ୍ପ ସଂଯୋଜକ(ଡିପିସି) ଓ ବ୍ଲକ୍ ଶିକ୍ଷା ଅଧିକାରୀ ଏବଂ ଶିକ୍ଷକ/ଶିକ୍ଷୟିତ୍ରୀମାନଙ୍କର ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି କହି ହାଇସ୍କୁଲମାନଙ୍କରେ ଶିକ୍ଷାର ଗୁଣାତ୍ମକମାନ ବୃଦ୍ଧି ନିମନ୍ତେ ବିଦ୍ୟାଳୟ ରୂପାନ୍ତରଣ କାର୍ଯ୍ୟକ୍ରମର ବିଭିନ୍ନ ଦିଗ ଉପରେ ମନ୍ତ୍ରୀ ଗୁରୁତ୍ୱ ଆରୋପ କରିଥିଲେ । ବିଭାଗୀୟ କମିଶନର ତଥା ଶାସନ ସଚିବ ଅଶ୍ୱଥୀ ଏସ୍ ଶିକ୍ଷାର ମାନ ବୃଦ୍ଧି ପାଇଁ ଡିଇଓ ତଥା ଡିପିସିମାନଙ୍କୁ ଜିଲ୍ଲାସ୍ତରରେ ଥିବା ରୂପାନ୍ତରିତ ବିଦ୍ୟାଳୟଗୁଡ଼ିକରେ ସ୍ମାର୍ଟ କ୍ଲାସ ଏବଂ ଇଣ୍ଟରନେଟ୍‌, ଇ-ଲାଇବ୍ରେରୀ, ବିଜ୍ଞାନାଗାର ଇତ୍ୟାଦିର ଉପଲବ୍ଧତା ଓ ସୁବ୍ୟବହାର ଉପରେ ଧ୍ୟାନ ଦେବାକୁ ପରାମର୍ଶ ଦେଇଥିଲେ । ପ୍ରାରମ୍ଭରେ ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ, ଓସେପା ଅନୁପମ ସାହା ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ଏହି ଅବସରରେ ମନ୍ତ୍ରୀଙ୍କ ଦ୍ୱାରା ବିଦ୍ୟାଳୟ ରୂପାନ୍ତରିତ ପାଇଁ ବିଭିନ୍ନ ସମୟରେ ଦିଆଯାଉଥିବା ନିର୍ଦ୍ଦେଶାବଳୀ ସମ୍ବନ୍ଧୀୟ ପୁସ୍ତକକୁ ଉନ୍ମୋଚିତ କରାଯାଇଥିଲା । ଏହି ସମ୍ମିଳନୀରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ବିଭିନ୍ନ ବରିଷ୍ଠ ପଦାଧିକାରୀ ଓ ଏହା ଅଧୀନସ୍ଥ ବିଭିନ୍ନ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ଏବଂ ରାଜ୍ୟର ସମସ୍ତ ଜିଲ୍ଲା ଶିକ୍ଷାଧିକାରୀ ତଥା ଜିଲ୍ଲା ପ୍ରକଳ୍ପ ସଂଯୋଜକ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking