28.1 C
Bhubaneswar
Sunday, September 8, 2024
Homeଓଡିଶାଅଟୋ ଓଲଟି ଜଣେ ଗୁରୁତର

ଅଟୋ ଓଲଟି ଜଣେ ଗୁରୁତର

ପାଟଣା :କେନ୍ଦୁଝର ଜିଲ୍ଲା ପାଟଣା ଥାନା ଅନ୍ତର୍ଗତ ୨୨୦ ନମ୍ୱର ଜାତୀୟ ରାଜପଥ ମଲ୍ଲୀପଶି ନିକଟରେ ମଙ୍ଗଳବାର ପୂର୍ବାହ୍ନରେ ଏକ ଅଟୋ ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟି ପଡି ଦୁର୍ଘଟଣା ଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଅଟୋରେ ଥିବା ଦୁଇ ଜଣଙ୍କ ମଧ୍ୟରୁ ଜଣେ ଗୁରୁତର ଆହତ ହୋଇଥିବା ବେଳେ ଜଣେ ସାମାନ୍ୟ ଆହତ ହୋଇଛନ୍ତି।

ଉଭୟଙ୍କୁ ଉଦ୍ଧାର କରାଯାଇ ୧୦୮ ଆମ୍ବୁଲାନ୍ସ ଯୋଗେ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଉଭୟ କୁଆଖିଆ ଅଞ୍ଚଳର ବୋଲି ଜଣାପଡିଛି। ସୂଚନା ଅନୁଯାୟୀ ଅଟୋଟି କୁଆଖିଆରୁ କରଞ୍ଜିଆକୁ ପ୍ଲାଷ୍ଟିକ ସାମଗ୍ରୀ ପହଞ୍ଚାଇ ଫେରୁଥିବା ସମୟରେ ଏହି ଦୁର୍ଘଟଣା ଘଟିଛି। ଖବର ପାଇ ଘଟଣା ସ୍ଥଳରେ ପାଟଣା ପୁଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking