ଭୁବନେଶ୍ୱର:ଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା-ଗୋପବନ୍ଧୁ ଜନ ଆରୋଗ୍ୟ ସଂଯୁକ୍ତ ଯୋଜନାର ଶୁଭାରମ୍ଭ ହେବ । ଆୟୁଷ୍ମାନ ବୟୋବନ୍ଦନା ଯୋଜନାର ମଧ୍ୟ ହେବ ଶୁଭାରମ୍ଭ । ଏଥିରେ ୭୦ ବର୍ଷରୁ ଅଧିକ ବୟସ୍କ ପାଇବେ ଚିକିତ୍ସା ସୁବିଧା । ୭୦ ବର୍ଷରୁ ଅଧିକ ବୟସ୍କ ଲୋକ ଥିଲେ ପରିବାର ପିଛା ସର୍ବାଧିକ ଚିକିତ୍ସା ସୁବିଧା ୧୫ ଲକ୍ଷ ଟଙ୍କା । ସମୁଦାୟ ୩.୫୨ କୋଟି ଲୋକ ହେବେ ଉପକୃତ । ରାଜ୍ୟରେ କାର୍ଯ୍ୟକାରୀ ହେବ ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା । ଆସନ୍ତା ଏପ୍ରିଲ ପହିଲା ଦିନ ସାରା ରାଜ୍ୟରେ ଏହି ଯୋଜନାର ଶୁଭାରମ୍ଭ ହେବ । ଏହା ସହିତ ଆୟୁଷ୍ମାନ ବୟୋବନ୍ଦନା ଯୋଜନାର ମଧ୍ୟ ସେହିଦିନ ଶୁଭାରମ୍ଭ ହେବ । ବୁଧବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି ।