ଭୁବନେଶ୍ୱର :କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଏମଓୟୁ ଚୁକ୍ତି ସ୍ୱାକ୍ଷରିତ ହୋଇଛି । ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାର ଏମଓୟୁ ଚୁକ୍ତି ସ୍ୱାକ୍ଷର ହୋଇଛି । କେନ୍ଦ୍ର ସରକାରଙ୍କ ଜାତୀୟ ସ୍ୱାସ୍ଥ୍ୟ କର୍ତ୍ତୁପକ୍ଷ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ଏମଓୟୁ ଚୁକ୍ତି ସ୍ୱାକ୍ଷର ହୋଇଛି । ଏନେଇ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି । କହିଛନ୍ତି ୧.୩ କୋଟି ପରିବାରକୁ ଆୟୁଷ୍ମାନ ଭାରତ କାର୍ଡ ମିଳିବ । ୱାନ ନେସନ ୱାନ ହେଲଥ କାର୍ଡ ଯୋଜନା ପରିସରଭୁକ୍ତ । ୩୦ ହଜାର ହସ୍ପିଟାଲ ସହ ଅନୁବନ୍ଧିତ ରହିବ । ସାରା ଭାରତରେ ଏହି କାର୍ଡ କାଯ୍ୟକାରୀ ହେବ ।