20.1 C
Bhubaneswar
Saturday, December 6, 2025
Homeଓଡିଶାଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ ଅନୁଷ୍ଠିତ

ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ ଅନୁଷ୍ଠିତ

ପୁରୀ: ଶ୍ରୀମନ୍ଦିରରେ ଆଜି ଅନୁଷ୍ଠିତ ହେବ ବଡ଼ଠାକୁରଙ୍କ ହରିହର ବେଶ । ଅବକାଶ ନୀତି ପରେ ବଡ଼ଠାକୁରଙ୍କୁ  ହରିହର ବେଶରେ ସଜିତ କରାଯିବ |  ବଡ଼ଠାକୁରଙ୍କୁ ହର ବା ଶିବ ବୋଲି ବିବେଚନା କରାଯାଉଥିବା ବେଳେ ଏହି ବେଶରେ ହରି ଓ ହରଙ୍କ ଆତ୍ମୀୟତା ପ୍ରସ୍ଫୁଟିତ ହେବ । ଏହି ବେଶରେ ବଡ଼ଠାକୁର ଅର୍ଦ୍ଧେକ ଧଳା ଓ ଅର୍ଦ୍ଧେକ କଳା ଦିଶିବା ସହ ୩୨ ପ୍ରକାର ସୁବର୍ଣ୍ଣ ଅଳଙ୍କାର ପରିଧାନ କରିବେ l କାର୍ତ୍ତିକ ମାସର ଦୀପାବଳି ଅମାବାସ୍ୟା ପର ଠାରୁ ଶୁକ୍ଳ ଦଶମୀ ମଧ୍ୟରେ ଯେଉଁଦିନ ସୋମବାର ପଡେ, ସେହିଦିନ ରତ୍ନ ସିଂହାସନରେ ଅଧିଷ୍ଟିତ ବଡ଼ଠାକୁରଙ୍କ ବାଡ଼ରେ ହରିହର ବେଶ ହେବାର ବିଧି ରହିଛି । ଚଳିତ ବର୍ଷ ଦୀପାବଳି ଅମାବାସ୍ୟା ପରେ ଓ ଶୁକ୍ଳ ଦଶମୀ ମଧ୍ୟରେ  ସୋମବାର ପଡୁଥିବାରୁ ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି ପରେ ବଡ଼ଠାକୁରଙ୍କୁ ହରିହର ବେଶ ସଜିତ କରାଯିବ l

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking