15.1 C
Bhubaneswar
Monday, December 8, 2025
Homeଓଡିଶାବାବା ଧବଳେଶ୍ଵରଙ୍କ ପୀଠରେ ପାଳନ ହେଉଛି ବଡଓଷା ପର୍ବ

ବାବା ଧବଳେଶ୍ଵରଙ୍କ ପୀଠରେ ପାଳନ ହେଉଛି ବଡଓଷା ପର୍ବ

କଟକ: କଟକର ଶୈବ ପୀଠ ବାବା ଧବଳେଶ୍ଵରଙ୍କ ପୀଠରେ ପାଳନ ହେଉଛି ବଡଓଷା ପର୍ବ । ଭୋର ୪ଟାରୁ ପହଡ ଖୋଲାଯାଇ ୧୦୮ ଗରା କଳସ ଜଳରେ ସ୍ନାନ କରାଯାଇ ମଙ୍ଗଳଆଳତୀ କରାଯାଇଛି । ବାବା ଧବଳେଶ୍ଵର ଶ୍ରଦ୍ଧାଳୁ ମାନଙ୍କୁ ବଡ ସିଂହାର ବେଶରେ ଦର୍ଶନ ଦେଉଛନ୍ତି । ସୁରକ୍ଷା ପାଇଁ ଦୁଇ ଜଣ ଅତିରିକ୍ତ ଏସପିଙ୍କ ସମେତ ଦୁଇ ଜଣ ମାଜିଷ୍ଟ୍ରେଟ, ୧୦୦ ପୁଲିସ ଅଧିକାରୀ,୧୫ ପ୍ଲାଟୁନ ପୁଲିସ ଫୋର୍ସ ମୃତୟନ କରାଯାଇଛି । ସେପଟେ ଆଜି ପୀଠରେ ପଞ୍ଚୁକର ତୃତୀୟ ଦିନ ଏବଂ ଶେଷ  ସୋମବାର ମଧ୍ୟ । ତେଣୁ ପୀଠରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି ।ପଞ୍ଚୁକ ପ୍ରଥମ ଦିନରେ ପୁରୀ ଅସମ୍ଭାଳ ଭିଡ଼ ପରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ନିଜେ ପୁଲିସ ଡିଜି ଯୋଗେଶ ବାହାଦୂର ଖୁରାନିଆ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking