25.1 C
Bhubaneswar
Monday, March 23, 2026
Homeଓଡିଶାବାହାଗନା ଟ୍ରେନ୍ ଟ୍ରାଜେଡି : ତିନି ଅଭିଯୁକ୍ତଙ୍କୁ ହାଇକୋର୍ଟରୁ ମିଳିଲା ଜାମିନ

ବାହାଗନା ଟ୍ରେନ୍ ଟ୍ରାଜେଡି : ତିନି ଅଭିଯୁକ୍ତଙ୍କୁ ହାଇକୋର୍ଟରୁ ମିଳିଲା ଜାମିନ

କଟକ: ବାଲେଶ୍ବର ବାହାନଗା ଟ୍ରେନ୍ ଟ୍ରାଜେଡି ମାମଲାର ଅଭିଯୁକ୍ତ ମହମ୍ମଦ ଅମିର ଖାଁ, ଅରୁଣ କୁମାର ମହନ୍ତ ଓ ପପୁ କୁମାରଙ୍କୁ ହାଇକୋର୍ଟ ଜାମିନ ମଞ୍ଜୁର କରିଛନ୍ତି। ନିମ୍ନ ଅଦାଲତରେ ଜାମିନ ନାମଞ୍ଜୁର ହେବା ପରେ ତିନି ଅଭିଯୁକ୍ତ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇ ପୃଥକ ନିୟମିତ ଜାମିନ ଆବେଦନ ଦାୟର କରିଥିଲେ। ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ତିନି ଆବେଦନର ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଥିଲେ। ଆଜି ରାୟ ପ୍ରକାଶ ପାଇଛି। ତିନି ‌ଆବେଦନକାରୀଙ୍କୁ ସର୍ତ୍ତମୂଳକ ଜାମିନରେ ଛାଡ଼ିବାକୁ ନିମ୍ନ ଅଦାଲତଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

ମାମଲାର ବିବରଣୀରୁ ପ୍ରକାଶ ଯେ ବାହାନଗା ଘଟଣାରେ ରେଳ ବିଭାଗ କର୍ମଚାରୀ ସୋରର ସିନିୟର ସେକ୍ସନ ଇଂଜିନିୟର ମହମ୍ମଦ ଅମିର ଖାଁ, ସିନିୟର ସେକ୍ସନ ଇଂଜନିୟର (ସିଗନାଲ) ଅରୁଣ କୁମାର ମହନ୍ତ, ଟେକନିସିଆନ ପପୁ କୁମାରଙ୍କୁ ସିବିଆଇ ଗିରଫ କରିଥିଲା। ତଦନ୍ତ ପରେ ସିବିଆଇ ଏହି ତିନି ଅଭିଯୁକ୍ତଙ୍କ ବିରୋଧରେ ଭୁବନେଶ୍ବର ଅତିରିକ୍ତ ଦୌରା ଜଜ୍ ଅଦାଲତରେ ଚାର୍ଜସିଟ ଦାଖଲ କରିଥିଲା। ବାହାନଗା ଟ୍ରେନ୍‌ ଟ୍ରାଜେଡି ମାମଲାରେ ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ତିନି ଆବେଦନର ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଥିଲେ। ଆଜି ରାୟ ପ୍ରକାଶ ପାଇଛି। ତିନି ‌ଆବେଦନକାରୀଙ୍କୁ ସର୍ତ୍ତମୂଳକ ଜାମିନରେ ଛାଡ଼ିବାକୁ ନିମ୍ନ ଅଦାଲତଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking