31.1 C
Bhubaneswar
Friday, March 29, 2024
Homeଓଡିଶାଜନ୍ମବେଦୀ ଛାଡ଼ି ରତ୍ନବେଦୀ ଅଭିମୁଖେ ମହାପ୍ରଭୁ

ଜନ୍ମବେଦୀ ଛାଡ଼ି ରତ୍ନବେଦୀ ଅଭିମୁଖେ ମହାପ୍ରଭୁ

ପୁରୀ : ଆଜି ପବିତ୍ର ବାହୁଡ଼ା ଯାତ୍ରା। ଜନ୍ମବେଦୀ ଛାଡ଼ି ରତ୍ନବେଦୀ ଅଭିମୁଖେ ବାହୁଡ଼ିବେ ମହାପ୍ରଭୁ। ଶ୍ରୀଜିଉମାନଙ୍କୁ ନେବା ପାଇଁ ଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାର ସମ୍ମୁଖରେ ଅପେକ୍ଷା କରିଛନ୍ତି ତିନି ରଥ। ଗୁଣ୍ଡିଚା ଯାତ୍ରା ଭଳି ବାହୁଡ଼ା ଯାତ୍ରା ବି ବିନା ଭକ୍ତରେ ସମାପନ ହେବ।
ଏନେଇ ଭୋର ୪ଟାରୁ ଆରମ୍ଭ ହୋଇଯାଇଛି ନୀତିକାନ୍ତି। ମଙ୍ଗଳ ଆଳତି, ମଇଲମ, ତଡ଼ପ ଲାଗି, ରୋଷ ହୋମ, ଅବକାଶ, ସୂର୍ଯ୍ୟ ପୂଜା, ଦ୍ୱାରପାଳ ପୂଜା ଓ ସକାଳ ଧୂପ ଆଦି ନୀତିକାନ୍ତି ଶେଷ ହୋଇଯାଇଥିବା ବେଳେ ସକାଳ ୮ଟାରୁ ଶ୍ରୀଜିଉଙ୍କ ପହଣ୍ଡି ଆରମ୍ଭ ହୋଇଛି। ଏହା ପରେ ସାଢ଼େ ୧୦ଟାରୁ ସାଢ଼େ ୧୧ଟା ଭିତରେ ଛେରା ପହଁରା ସଂପନ୍ନ ହେବ। ମଧ୍ୟାହ୍ନ ୧୨ଟାରୁ ରଥଟଣା ଆରମ୍ଭ ହେବ। କେବଳ ଯେଉଁ ସେବାୟତମାନଙ୍କର କୋଭିଡ୍ ଟେଷ୍ଟ ରିପୋର୍ଟ ନେଗେଟିଭ୍ ଆସିଥିବ, ସେହିମାନେ ରଥ ଟାଣିପାରିବେ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking