28.1 C
Bhubaneswar
Thursday, February 5, 2026
Homeଓଡିଶାବାହୁଡା ଯାତ୍ରା: ଚକ୍ରରାଜ ସୁଦର୍ଶନଙ୍କ ପହଣ୍ଡି ଆରମ୍ଭ

ବାହୁଡା ଯାତ୍ରା: ଚକ୍ରରାଜ ସୁଦର୍ଶନଙ୍କ ପହଣ୍ଡି ଆରମ୍ଭ

ପୁରୀ: ଆରମ୍ଭ ହେଲା ପହଣ୍ଡି । ଧାଡି ପହଣ୍ଡିରେ ପ୍ରଥମେ ରଥକୁ ଆସିଲେ ଚକ୍ରରାଜ ସୁଦର୍ଶନ ।  ନାକଚଣା ଦ୍ୱାରରେ ଦଣ୍ଡାୟମାନ ତିନି ରଥ । ରଥକୁ ବିଜେ କଲେ ମଦନମୋହନ , ଶ୍ରୀରାମକୃଷ୍ଣ ।  ଉଛୁଳିଛି ବଡଦାଣ୍ଡ  , ଭାବବିହ୍ୱଳ ଭକ୍ତ । ପରେ ଗଜପତି ମହାରାଜା ଛେରା ପହଁରା ନୀତି ସମ୍ପାଦନ କରିବେ। ଛେରା ପହଁରା ନୀତି ପରେ ତିନି ରଥରୁ ଚାର ଖୋଲାଯାଇ ଘୋଡା ବନ୍ଧା ଯିବା ସହ ରଥଟଣା କାର୍ଯ୍ୟ ଆରମ୍ଭ ହେବ। ଆଜି ସକାଳୁ ବାହୁଡା଼ ଯାତ୍ରା ପାଇଁ ଶରଧାବାଲିରେ ପ୍ରବଳ ଭକ୍ତଙ୍କ ଭିଡ଼ ଜମିଛି।  ଆଜି ପବିତ୍ର ବାହୁଡ଼ାଯାତ୍ରା । ଆଷାଢ଼ ଶୁକ୍ଳ ଦଶମୀ ତିଥିରେ ଆଜି ବାହୁଡ଼ିବେ ଦାରୁବ୍ରହ୍ମ। ଶ୍ରୀଗୁଣ୍ଡିଚା ମନ୍ଦିର ଜନ୍ମବେଦୀରୁ ଶରଧାବାଲିରେ ଥିବା ରଥ ଉପରେ ପହଣ୍ଡି ବିଜେ କରିବେ। ବଡ଼ଦାଣ୍ଡରେ ଘର ଘର ନାଦକରି ଶ୍ରୀମନ୍ଦିର ସିଂହଦ୍ବାର ଅଭିମୁଖେ ଗଡ଼ିବ ତିନିରଥ। ପୁଣିଥରେ ଭକ୍ତ ଓ ଭଗବାନଙ୍କ ମହାମିଳନ ହେବ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking