ଭୁବନେଶ୍ୱର : ବର୍ଷିୟାନ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ଦେହାନ୍ତରେ ବୈଜୟନ୍ତ ପଣ୍ଡା ଶୋକ ପ୍ରକାଶ କରି ସୋସିଆଲ ମିଡିଆ ପୋଷ୍ଟରେ କହିଛନ୍ତି, ବିଶିଷ୍ଟ କଣ୍ଠଶିଳ୍ପୀ, ଓଡ଼ିଆ ସଙ୍ଗୀତ ଜଗତର ଅତ୍ୟନ୍ତ ପରିଚିତ ଓ ପ୍ରତିଭାବାନ କଳାକାର ପ୍ରଣବ ପଟ୍ଟନାୟକଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ । ଓଡ଼ିଆ ସଙ୍ଗୀତ ଜଗତ ପ୍ରତି ତାଙ୍କର ଅତୁଳନୀୟ ଅବଦାନ ଏବଂ ସୁମଧୁର କଣ୍ଠସ୍ୱର ପାଇଁ ସେ ସର୍ବଦା ସ୍ମରଣୀୟ ହୋଇ ରହିବେ। ଦିବଙ୍ଗତ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ଗଭୀର ସମବେଦନା ଜଣାଉଛି।










