28.1 C
Bhubaneswar
Sunday, September 8, 2024
Homeଓଡିଶାପୋଢୁଆଁ ହେବେ ବଡ଼ ଠାକୁର ବଳଭଦ୍ର, ଶ୍ରୀମନ୍ଦିରରେ ଚାଲିଛି ସ୍ୱତନ୍ତ୍ର ନୀତି

ପୋଢୁଆଁ ହେବେ ବଡ଼ ଠାକୁର ବଳଭଦ୍ର, ଶ୍ରୀମନ୍ଦିରରେ ଚାଲିଛି ସ୍ୱତନ୍ତ୍ର ନୀତି

ଆଜି ପ୍ରଥମାଷ୍ଟମୀ । ଶ୍ରୀମନ୍ଦିରରେ ପୋଢୁଆଁ ହେବେ ବଡ଼ ଠାକୁର ବଳଭଦ୍ର । ଏନେଇ ଶ୍ରୀଜିଉଙ୍କ ମାମୁଘର ନିଆଳିରୁ ଶ୍ରୀମନ୍ଦିରକୁ ଆସିଛି ପୋଢୁଆଁ ଭାର। ନିଆଳି ବ୍ଳକର ମାଧବାନନ୍ଦ ଜୀଉଙ୍କ ପୀଠରୁ ପାଟ ବସ୍ତ୍ର, ପିଠା ପାଇଁ ବିରି, ନଡିଆ, ଗୁଡ, ଛେନା, କଦଳୀ,ସହିତ ବିଭିନ୍ନ ପ୍ରକାରର ଫୁଲ ଫଳ ନେଇ ଭାର ଗତକାଲି ଶ୍ରୀକ୍ଷେତ୍ର ପହଞ୍ଚିଥିଲା ।

ସେପଟେ ପ୍ରଥମାଷ୍ଟମୀ ପାଇଁ ପୁରପଲ୍ଲୀରେ ଉତ୍ସାହର ମାହୋଲ। ପରିବାରର ଜ୍ୟେଷ୍ଠ ସନ୍ତାନର ସୁଖ ସମୃଦ୍ଧି ଓ ଦୀର୍ଘଜୀବନ ପାଇଁ ଅନୁଷ୍ଠିତ ହୋଇଛି ପୂଜାବିଧି । ମାଆମାନେ ଷଠୀ ଦେବୀଙ୍କର ପୂଜା ଅର୍ଚ୍ଚନା କରିବା ସହ ଜ୍ୟେଷ୍ଠ ସନ୍ତାନକୁ ନୂତନ ବସ୍ତ୍ର ପିନ୍ଧାଇ ଫୁଲଚନ୍ଦନରେ ବନ୍ଦାପନା କରିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking