19.1 C
Bhubaneswar
Tuesday, February 10, 2026
Homeଓଡିଶାଦିଲ୍ଲୀ ଏମ୍ସରେ ଆଖି ବୁଜିଲେ ବଳଙ୍ଗା ପୀଡ଼ିତା

ଦିଲ୍ଲୀ ଏମ୍ସରେ ଆଖି ବୁଜିଲେ ବଳଙ୍ଗା ପୀଡ଼ିତା

ଭୁବନେଶ୍ୱର : ଚିକିତ୍ସାଧୀନ ଅବସ୍ଥାରେ ଦିଲ୍ଲୀ ଏମ୍ସରେ ଆଜି ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ହୋଇଯାଇଛି। ଅବସ୍ଥା ଗୁରୁତର ଥିବାରୁ ଭୁବନେଶ୍ୱରରୁ ତାଙ୍କୁ ଦିଲ୍ଲୀକୁ ଏୟାର ଲିଫ୍ଟ କରାଯାଇଥିଲା। ଭୁବନେଶ୍ୱରର ଏମ୍‌ସରୁ ତାଙ୍କୁ ଦିଲ୍ଲୀ ଏମ୍‌ସକୁ ନିଆଯାଇଥିଲା।  ସଂଧ୍ୟା ୬ଟା ୨୨ରେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି ।  ଗତ ୧୯ ତାରିଖରେ ଘଟିଥିଲା ଘଟଣା । ନୂଆ ଗୋପାଳପୁର ଗାଁର ପୀଡ଼ିତା । କିରାସିନ ପକାଇ ପୋଡି ହୋଇଯାଇଥିଲେ । ପ୍ରଥମେ ପିପିଲି ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ । ପରେ ଭୁବନେଶ୍ବର ଏମସକୁ ହୋଇଥିଲେ ସ୍ଥାନାନ୍ତର । ଶେଷରେ ଦିଲ୍ଲୀ ଏମସକୁ ହୋଇଥିଲେ ଏୟାରଲିଫ୍ଟ । ଘଟଣାର କ୍ରାଇମବ୍ରାଞ୍ଚ କରୁଥିଲା ତଦନ୍ତ । ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରିଛନ୍ତି। ସେ ତାଙ୍କ ‘ଏକ୍ସ’ରେ ଲେଖିଛନ୍ତି, ବଳଙ୍ଗା ଘଟଣାରେ ପୀଡ଼ିତା ଝିଅଟିର ମୃତ୍ୟୁ ଖବର ଶୁଣି ମୁଁ ଗଭୀର ଭାବେ ମର୍ମାହତ। ସରକାରଙ୍କ ସମସ୍ତ ପ୍ରୟାସ ଏବଂ ଏମ୍ସ ଦିଲ୍ଲୀରେ ବିଶେଷଜ୍ଞ ଡାକ୍ତରୀ ଦଳଙ୍କ ଅହୋରାତ୍ର ଚେଷ୍ଟା ସତ୍ତ୍ୱେ ତାଙ୍କ ଜୀବନ ରକ୍ଷା କରାଯାଇ ପାରିଲା ନାହିଁ। ମୁଁ ଝିଅଟିର ଅମର ଆତ୍ମାର ସଦଗତି କାମନା କରୁଛି ଏବଂ ଏହି ଅପୂରଣୀୟ କ୍ଷତିକୁ ସହିବା ପାଇଁ ତାଙ୍କ ପରିବାରକୁ ଶକ୍ତି ମିଳୁ ବୋଲି ଈଶ୍ବରଙ୍କ ନିକଟରେ ପ୍ରାର୍ଥନା କରୁଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking