30.1 C
Bhubaneswar
Tuesday, February 10, 2026
Homeଓଡିଶାବଳଙ୍ଗା ଘଟଣା: କାହାରି ସମ୍ପୃକ୍ତି ନ ଥିବା ସ୍ପଷ୍ଟ

ବଳଙ୍ଗା ଘଟଣା: କାହାରି ସମ୍ପୃକ୍ତି ନ ଥିବା ସ୍ପଷ୍ଟ

ଭୁବନେଶ୍ବର: ବଳଙ୍ଗା ଘଟଣାରେ ପୁଲିସ ପକ୍ଷରୁ ସୋସିଆଲ ମିଡିଆ ଏକ୍ସରେ ବିସ୍ଫୋରକ ସୂଚନା ପ୍ରଦାନ କରାଯାଇଛି। ପୁଲିସ କହିଛି, ବଳଙ୍ଗା ଘଟଣାରେ ପୀଡ଼ିତା ଝିଅଙ୍କ ମୃତ୍ୟୁ ଖବର ଶୁଣି ଆମେ ଅତ୍ୟନ୍ତ ଦୁଃଖିତ । ଏହି ଘଟଣାରେ ପୁଲିସ ପକ୍ଷରୁ ତଦନ୍ତ ନିଷ୍ଠାର ସହ କରାଯାଇଛି। ଏଣୁ ସମସ୍ତଙ୍କୁ ଅନୁରୋଧ ଯେ,ଏହି ଦୁଃଖଦ ମୁହୂର୍ତ୍ତରେ ଏ ସମ୍ବନ୍ଧୀୟ କୌଣସି ସମ୍ବେଦନଶୀଳ ମନ୍ତବ୍ୟ ନ ଦିଅନ୍ତୁ। ସୂଚନାଯୋଗ୍ୟ, ବଳଙ୍ଗା ଥାନା ବାଇଆବରର ନାବାଳିକା ଜଣକ ଗତମାସ ୧୯ ତାରିଖ ଦିନ ପୂର୍ବାହ୍‌ଣରେ ନିଜ ସାଙ୍ଗ ଘରକୁ କୌଣସି କାମରେ ଯାଉଥିଲେ। ଏହି ସମୟରେ ଦୁର୍ବୃତ୍ତମାନେ ନାବାଳିକାକୁ ଅନୁସରଣ କରିଥିଲେ ଏବଂ ଅପହରଣ କରି ଏକ ନିର୍ଜନ ସ୍ଥାନକୁ ନେଇଥିବା ଅଭିଯୋଗ ହୋଇଥିଲା । ସେଠାରେ ନିଆଁ ଲଗାଇ ଦେଇଥିଲେ। ଦେହରେ ନିଆଁ ଲାଗିବା ପରେ ନାବାଳିକା ଏଣେତେଣେ ଦୌଡ଼ିବାରେ ଲାଗିଥିଲେ। ତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରିଥିଲେ। ଗୁରୁତର ଅବସ୍ଥାରେ ନାବାଳିକାଙ୍କୁ ଉଦ୍ଧାର କରାଯିବା ପରେ ଭୁବନେଶ୍ବର ଏମ୍ସକୁ ସ୍ଥାନାନ୍ତରିତ କରାଯାଇଥିଲା।

 ନାବାଳିକାର ଶରୀର ୭୫ ପ୍ରତିଶତ ପୋଡ଼ି ଯାଇଥିବାରୁ ତାଙ୍କୁ ଜୁଲାଇ ୨୨ ତାରିଖ ଦିନ ଏମ୍‌ସ ଦିଲ୍ଲୀକୁ ସ୍ଥାନାନ୍ତରିତ କରାଯାଇଥିଲା। ଏଥି ପାଇଁ ଏମ୍ସ ଭୁବନେଶ୍ବରରୁ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରକୁ ଗ୍ରୀନ କରିଡ଼ର କରାଯାଇଥିଲା। ଏହି ସମ୍ବେଦନଶୀଳ ଘଟଣା ନେଇ ରାଜ୍ୟ ସରକାର ଖୁବ ତତ୍ପରତା ପ୍ରକାଶ କରିଥିଲେ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମଧ୍ୟ ଦିଲ୍ଲୀ ଯାଇ ଏମ୍ସରେ ପୀଡ଼ିତାଙ୍କୁ ଭେଟିଥିଲେ ଓ ପରିବାର ଲୋକଙ୍କ ସହିତ କଥା ହୋଇଥିଲେ। ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ବଳଙ୍ଗା ପୀଡ଼ିତାଙ୍କୁ ଭେଟିଥିଲେ। ସେ ପରିବାର‌ ଲୋକଙ୍କ ସହିତ କଥା ହୋଇ ରାଜ୍ୟ ସରକାର ସମସ୍ତ ପ୍ରକାରର ସହଯୋଗର ହାତ ବଢ଼ାଇବେ ବୋଲି କହିଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking