14.1 C
Bhubaneswar
Saturday, December 6, 2025
Homeଓଡିଶାଆସନ୍ତାକାଲି ଦିଲ୍ଲୀ ଏମ୍ସରେ ବଳଙ୍ଗା ପୀଡ଼ିତାଙ୍କ ମୃତଦେହ ବ୍ୟବଚ୍ଛେଦ; ବାପା କହିଲେ ରାଜନୀତି କରନ୍ତୁ ନାହିଁ

ଆସନ୍ତାକାଲି ଦିଲ୍ଲୀ ଏମ୍ସରେ ବଳଙ୍ଗା ପୀଡ଼ିତାଙ୍କ ମୃତଦେହ ବ୍ୟବଚ୍ଛେଦ; ବାପା କହିଲେ ରାଜନୀତି କରନ୍ତୁ ନାହିଁ

ଭୁବନେଶ୍ବର: ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ଘଟିଛି। ଆସନ୍ତାକାଲି ଦିଲ୍ଲୀ ଏମ୍ସରେ ତାଙ୍କର ମୃତଦେହ ବ୍ୟବଚ୍ଛେଦ କରାଯିବ। ସୁରକ୍ଷା ଦୃଷ୍ଟିରୁ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ,ରାଜ ଭବନଠାରୁ ଏଜି ଛକ ପର୍ଯ୍ୟନ୍ତ ପୁଲିସ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା ଗ୍ରହଣ କରାଯାଇଛି। ବଳଙ୍ଗା ଘଟଣାରେ ପୁଲିସ ପକ୍ଷରୁ ସୋସିଆଲ ମିଡିଆ ଏକ୍ସରେ ବିସ୍ଫୋରକ ସୂଚନା ପ୍ରଦାନ କରାଯାଇଛି। ପୁଲିସ କହିଛି, ବଳଙ୍ଗା ଘଟଣାରେ ପୀଡ଼ିତା ଝିଅଙ୍କ ମୃତ୍ୟୁ ଖବର ଶୁଣି ଆମେ ଅତ୍ୟନ୍ତ ଦୁଃଖିତ । ଏହି ଘଟଣାରେ ପୁଲିସ ପକ୍ଷରୁ ତଦନ୍ତ ନିଷ୍ଠାର ସହ କରାଯାଇଛି। ତଦନ୍ତ ଶେଷ ପର୍ଯ୍ୟାୟରେ ପହଞ୍ଚି ସାରିଛି। ବର୍ତ୍ତମାନ ପର୍ଯ୍ୟନ୍ତ ହୋଇଥିବା ତଦନ୍ତ ଅନୁଯାୟୀ ଅନ୍ୟ କୌଣସି ବ୍ୟକ୍ତିଙ୍କ ସମ୍ପୃକ୍ତି ନ ଥିବା ସ୍ପଷ୍ଟ ହୋଇଛି। ଏଣୁ ସମସ୍ତଙ୍କୁ ଅନୁରୋଧ ଯେ,ଏହି ଦୁଃଖଦ ମୁହୂର୍ତ୍ତରେ ଏ ସମ୍ବନ୍ଧୀୟ କୌଣସି ସମ୍ବେଦନଶୀଳ ମନ୍ତବ୍ୟ ନ ଦିଅନ୍ତୁ।

ସୂଚନାଯୋଗ୍ୟ, ବଳଙ୍ଗା ଥାନା ବାଇଆବରର ନାବାଳିକା ଜଣକ ଗତମାସ ୧୯ ତାରିଖ ଦିନ ପୂର୍ବାହ୍‌ଣରେ ନିଜ ସାଙ୍ଗ ଘରକୁ କୌଣସି କାମରେ ଯାଉଥିଲେ। ଏହି ସମୟରେ ଦୁର୍ବୃତ୍ତମାନେ ନାବାଳିକାକୁ ଅନୁସରଣ କରିଥିଲେ ଏବଂ ଅପହରଣ କରି ଏକ ନିର୍ଜନ ସ୍ଥାନକୁ ନେଇଥିବା ଅଭିଯୋଗ ହୋଇଥିଲା । ସେଠାରେ ନିଆଁ ଲଗାଇ ଦେଇଥିଲେ। ଦେହରେ ନିଆଁ ଲାଗିବା ପରେ ନାବାଳିକା ଏଣେତେଣେ ଦୌଡ଼ିବାରେ ଲାଗିଥିଲେ। ତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରିଥିଲେ। ଗୁରୁତର ଅବସ୍ଥାରେ ନାବାଳିକାଙ୍କୁ ଉଦ୍ଧାର କରାଯିବା ପରେ ଭୁବନେଶ୍ବର ଏମ୍ସକୁ ସ୍ଥାନାନ୍ତରିତ କରାଯାଇଥିଲା। ନାବାଳିକାର ଶରୀର ୭୫ ପ୍ରତିଶତ ପୋଡ଼ି ଯାଇଥିବାରୁ ତାଙ୍କୁ ଜୁଲାଇ ୨୨ ତାରିଖ ଦିନ ଏମ୍‌ସ ଦିଲ୍ଲୀକୁ ସ୍ଥାନାନ୍ତରିତ କରାଯାଇଥିଲା। ଏଥି ପାଇଁ ଏମ୍ସ ଭୁବନେଶ୍ବରରୁ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରକୁ ଗ୍ରୀନ କରିଡ଼ର କରାଯାଇଥିଲା। ଏହି ସମ୍ବେଦନଶୀଳ ଘଟଣା ନେଇ ରାଜ୍ୟ ସରକାର ଖୁବ ତତ୍ପରତା ପ୍ରକାଶ କରିଥିଲେ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମଧ୍ୟ ଦିଲ୍ଲୀ ଯାଇ ଏମ୍ସରେ ପୀଡ଼ିତାଙ୍କୁ ଭେଟିଥିଲେ ଓ ପରିବାର ଲୋକଙ୍କ ସହିତ କଥା ହୋଇଥିଲେ। ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ବଳଙ୍ଗା ପୀଡ଼ିତାଙ୍କୁ ଭେଟିଥିଲେ। ସେ ପରିବାର‌ ଲୋକଙ୍କ ସହିତ କଥା ହୋଇ ରାଜ୍ୟ ସରକାର ସମସ୍ତ ପ୍ରକାରର ସହଯୋଗର ହାତ ବଢ଼ାଇବେ ବୋଲି କହିଥିଲେ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking