27.1 C
Bhubaneswar
Wednesday, February 4, 2026
Homeଓଡିଶାବାଲେଶ୍ୱର ; ୪ ଘଣ୍ଟା ପାଇଁ ଦୋକାନ ବଜାର ଖୋଲା

ବାଲେଶ୍ୱର ; ୪ ଘଣ୍ଟା ପାଇଁ ଦୋକାନ ବଜାର ଖୋଲା

ବାଲେଶ୍ୱର : ଆଜିଠୁ ବାଲେଶ୍ୱର ପୌରାଞ୍ଚଳରେ କୋହଳ ହୋଇଛି କର୍ଫ୍ୟୁ। ବାଲେଶ୍ୱର ଜିଲ୍ଲାପାଳଙ୍କ କାର୍ୟ୍ୟାଳୟରେ ସମୀକ୍ଷା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଆଜି ସକାଳ ୭ଟାରୁ ୧୧ଟା ପର୍ଯ୍ୟନ୍ତ କେବଳ ୪ ଘଣ୍ଟା ପାଇଁ ଦୋକାନ ବଜାର ଖୋଲା ରହିବ। ଏହି ସମୟ ମଧ୍ୟରେ ଲୋକେ ନିଜ ପାଇଁ ଆବଶ୍ୟକୀୟ ସାମଗ୍ରୀ କିଣିପାରିବେ। ଏଥିସହ ଲିଜ୍ ଲାଇନରେ ଇଣ୍ଟରନେଟ୍ ସେବା ଯୋଗାଇଦେବାକୁ ନିଷ୍ପତ୍ତି ହୋଇଛି।। କିନ୍ତୁ ମୋବାଇଲ୍ ନେଟୱର୍କରେ ଇଣ୍ଟରନେଟ ସୁବିଧା ମିଳିବ ନାହିଁ। ସମୀକ୍ଷା ବୈଠକରେ ଆଇନଶୃଙ୍ଖଳା ଏଡିଜି ସଞ୍ଜୟ କୁମାର, ଏସପି ସାଗରିକା ନାଥ, ଜିଲ୍ଲାପାଳ ଆଶିଷ ଠାକରେ ଓ ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଏହି ସମୀକ୍ଷା ବୈଠକରେ ଉପସ୍ଥିତ ଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking