27.1 C
Bhubaneswar
Saturday, July 27, 2024
Homeଓଡିଶାଆଜି ଶ୍ରୀଜିଉଙ୍କ ବନକଲାଗି ନୀତି; ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି; ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ: ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି । ଶ୍ରୀମୁଖ ଶୃଙ୍ଖାର କରିବେ ଦତ୍ତମହାପାତ୍ର ସେବାୟତ । ଏଣୁ ସନ୍ଧ୍ୟା ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ୪ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏହା ଶ୍ରୀଜିଉଙ୍କ ଗୁପ୍ତ ନୀତି ହୋଇଥିବାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି । ଆଜି ଅପରାହ୍ମରେ ଦ୍ୱିତୀୟ ଭୋଗ ମଣ୍ଡପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ବନକଲାଗି ନୀତି କରିବେ । ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୁର, କଇଥଅଠା, କସ୍ତୁରୀ ଓ କଳା ଇତ୍ୟାଦି ବ୍ୟବହାର କରି ଶ୍ରୀମୁଖ୍ୟ ଶୃଙ୍ଖାର କରିବାର ପରମ୍ପରା ରହିଛି । ଶ୍ରୀମନ୍ଦିର ଗର୍ଭଗୃହସ୍ଥ ରତ୍ନସିଂହାସନରେ ବିରାଜିତ ମହାପ୍ରଭୁ ଜଗନ୍ନାଥ, ବଡ଼ଭାଇ ବଳଭଦ୍ର ଓ ଭଉଣୀ ସୁଭଦ୍ରାଙ୍କ ମୁଖମଣ୍ଡଳର ଦୀପ୍ତି ବଢ଼ାଇବା ପାଇଁ ଶହ ଶହ ବର୍ଷ ଧରି ଅନୁଷ୍ଠିତ ହୋଇଆସୁଛି ଏହି ଗୁପ୍ତ ନୀତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking