27.1 C
Bhubaneswar
Thursday, April 25, 2024
Homeବ୍ରେକୀଙ୍ଗସ୍କୁଲ ପାଠ୍ୟକ୍ରମରେ 'ବନ୍ଦେ ଉତ୍କଳ ଜନନୀ'

ସ୍କୁଲ ପାଠ୍ୟକ୍ରମରେ ‘ବନ୍ଦେ ଉତ୍କଳ ଜନନୀ’

ଭୁବନେଶ୍ୱର: ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ ବନ୍ଦେ ଉତ୍କଳ ଜନନୀ । ବନ୍ଦେ ଉତ୍କଳ ଜନନୀ ସ୍ଥାନ ପାଇବା ନେଇ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ମାଧ୍ୟମିକ ସ୍ତରରେ ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ ବନ୍ଦେ ଉତ୍କଳ ଜନନୀ । ନବମ ଓ ଦଶମ ଶ୍ରେଣୀ ପାଠ୍ୟକ୍ରମରେ ରହିବ ବନ୍ଦେ ଉତ୍କଳ ଜନନୀ । ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ଏନେଇ ପ୍ରକାଶ ପାଇଛି ବିଜ୍ଞପ୍ତି । ବନ୍ଦେ ଉତ୍କଳ ଜନନୀକୁ ରାଜ୍ୟ ସଙ୍ଗୀତ ମାନ୍ୟତା ପାଇଁ ଦୀର୍ଘ ଦିନ ହେବ ଦାବି ହୋଇ ଆସୁଥିଲା । ତେବେ ରାଜ୍ୟ ସଙ୍ଗୀତ ମାନ୍ୟତା ଦିଆଯିବା ପରେ ସ୍କୁଲ ମାନଙ୍କରେ ଏହାକୁ ଗାନ କରିବା ବାଧ୍ୟତାମୂଳକ ବୋଲି କୁହାଯାଇଥିଲା । ୨୦୨୦ ମସିହାରେ ରାଜ୍ୟ କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇ ବନ୍ଦେ ଉତ୍କଳ ଜନନୀକୁ ରାଜ୍ୟ ସଙ୍ଗୀତ ମାନ୍ୟତା ଦିଆଯାଇଥିଲା । କୋଭିଡ ଯୋଦ୍ଧାଙ୍କୁ ସମ୍ମାନ ଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ କ୍ରମେ ବନ୍ଦେ ଉତ୍କଳ ଜନନୀ ଗାନ କରାଯାଇଥିଲା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking