19.1 C
Bhubaneswar
Tuesday, February 10, 2026
Homeଓଡିଶାଜନତାଙ୍କ ସମସ୍ୟା ସହ ଜଡ଼ିତ ହୋଇ ରାଜ୍ୟବାସୀଙ୍କ
ସ୍ୱର ହୁଅ: ନବୀନ ପଟ୍ଟନାୟକ

ଜନତାଙ୍କ ସମସ୍ୟା ସହ ଜଡ଼ିତ ହୋଇ ରାଜ୍ୟବାସୀଙ୍କ
ସ୍ୱର ହୁଅ: ନବୀନ ପଟ୍ଟନାୟକ

ରାଜ୍ୟର ସାମ୍ପ୍ରତିକ ସ୍ଥିତି ଓ ସରକାରଙ୍କ ଜନବିରୋଧୀ କାର୍ଯ୍ୟକୁ ନେଇ ଦଳୀୟ ନେତାଙ୍କ ସହ ବିସ୍ତୃତ ଆଲୋଚନା
ରାଜ୍ୟବାସୀଙ୍କ ସ୍ୱର ହିସାବରେ ଲୋକଙ୍କ ସମସ୍ୟାକୁ ନେଇ ବିଜେଡି ତୀବ୍ର ଲଢ଼େଇ କରିବ
ନବୀନଙ୍କ ନେତୃତ୍ୱରେ ୨୦୨୭ ପଞ୍ଚାୟତ ଓ ୨୦୨୯ ସାଧାରଣ ନିର୍ବାଚନରେ ବିଜେଡିର ବିଜୟ ସୁନିଶ୍ଚିତ

ଭୁବନେଶ୍ୱର: ବିଜୁ ଜନତା ଦଳର ମାନ୍ୟବର ସଭାପତି ତଥା ବିରୋଧୀ ଦଳ ନେତା ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ସହ ରାଜ୍ୟର ସାମ୍ପ୍ରତିକ ସ୍ଥିତି ସମ୍ପର୍କରେ ବିସ୍ତୃତ ଆଲୋଚନା କରି ବିଧାୟକ ତଥା ଦଳର ଉପସଭାପତି ଡ଼ ଅରୁଣ ସାହୁ କହିଛନ୍ତି ଯେ, ରାଜ୍ୟ ସରକାରଙ୍କ ଜନବିରୋଧୀ କାର୍ଯ୍ୟକୁ ନେଇ ଆଗାମୀ ଦିନରେ ବିଜେଡି ରାଜରାସ୍ତାକୁ ଓହ୍ଲାଇବା ସହ ରାଜ୍ୟବାସୀଙ୍କ ସ୍ୱର ହିସାବରେ ତୀବ୍ର ଲଢ଼େଇ କରିବ ।

ଆଜି ଅପରାହ୍ନରେ ଡ଼ ଅରୁଣ ସାହୁଙ୍କ ସହିତ ଦଳର ବରିଷ୍ଠ ନେତା ଶ୍ରୀ ଚିରଞ୍ଜୀବ ବିଶ୍ୱାଳ, ଶ୍ରୀ ଭୃଗୁ ବକ୍ସିପାତ୍ର, ଡ଼ ଲେନିନ ମହାନ୍ତି, ଶ୍ରୀ ପ୍ରଫୁଲ୍ଲ ସିଂ, ଶ୍ରୀ ରଘୁନାଥ ସାହୁ, ମହମ୍ମଦ ସକିଲ, ଶ୍ରୀମତୀ ଲୋରା ମହାପାତ୍ର, ନବୀନ ନିବାସରେ ଦଳର ସଭାପତି ଶ୍ରୀ ନବୀନ ପଟ୍ଟନାୟକଙ୍କ ସହ ପ୍ରତ୍ୟେକ କ୍ଷେତ୍ରରେ ରାଜ୍ୟ ସରକାରଙ୍କ ବିଫଳତା ଓ ଜନବିରୋଧୀ କାର୍ଯ୍ୟ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ । ନିଜକୁ ଲୋକଙ୍କ ସରକାର କହୁଥିବା ବିଜେପି କ୍ଷମତାକୁ ଆସିବା ପରଠାରୁ ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ସମ୍ପୂର୍ଣ୍ଣ ଭୁଶୁଡ଼ି ପଡ଼ିଛି । ଚାଷୀ ସାର ପାଉନଥିବା ବେଳେ ବ୍ୟାପକ କଳାବଜାରୀକୁ ପ୍ରୋତ୍ସାହନ ଦେଉଛନ୍ତି ସରକାର । ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଲୋକେ ଅକଥନୀୟ ଦୁର୍ଦ୍ଦଶା ଭୋଗୁଛନ୍ତି ।

ମହିଳା ସୁରକ୍ଷାକୁ ନେଇ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ଓଡ଼ିଶା ନିନ୍ଦିତ ହେଉଥିବା ବେଳେ ସରକାର କୁମ୍ଭକର୍ଣ୍ଣ ନିଦ୍ରାରେ ଶୋଇଛନ୍ତି । ପ୍ରତ୍ୟେକ କ୍ଷେତ୍ରରେ ବିକାଶମୂଳକ କାର୍ଯ୍ୟ ଠପ୍ ହୋଇଯାଇଛି । ଓଡିଆ ଅସ୍ମିତାର ନାରାଦେଇ ସରକାରକୁ ଆସିଥିବା ବିଜେପି, ପ୍ରତ୍ୟେକ ଦିନ ଓଡ଼ିଆ ଅସ୍ମିତାକୁ କୁଠାରଘାତ କରୁଛି । ଆଗାମୀ ଦିନରେ ରାଜ୍ୟବାସୀଙ୍କ ସ୍ୱର ହିସାବରେ ବିଜୁ ଜନତା ଦଳ ବିଜେପି ସରକାରଙ୍କ ପ୍ରତ୍ୟେକ ଜନବିରୋଧୀ କାର୍ଯ୍ୟକୁ ତୀବ୍ର ବିରୋଧ କରିବ ବୋଲି ଡ଼ ସାହୁ କହିଥିଲେ । ଦଳର ମୁଖପାତ୍ର ତଥା ଗଣମାଧ୍ୟମ ସଂଯୋଜକ ଡ଼ ଲେନିନ ମହାନ୍ତି କହିଥିଲେ ଯେ, ୨୦୨୭ ପଞ୍ଚାୟତ ନିର୍ବାଚନ ଓ ୨୦୨୯ ସାଧାରଣ ନିର୍ବାଚନରେ ଦଳ ନିଶ୍ଚିତ ବିଜୟ ହାସଲ କରିବ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking