28.1 C
Bhubaneswar
Saturday, April 27, 2024
Homeଓଡିଶାଭାଲୁ ଆକ୍ରମଣରେ ଯୁବକ ଗୁରୁତର

ଭାଲୁ ଆକ୍ରମଣରେ ଯୁବକ ଗୁରୁତର

ଭୁବନେଶ୍ଵର: ଭାଲୁ ଆକ୍ରମଣରେ ଯୁବକ ଗୁରୁତର । ଏଭଳି ଘଟଣା ଦେଖିବାକୁ ମିଳିଛି ଅନୁଗୁଳ ଜିଲ୍ଲା ଛେଣ୍ତିପଦା ବନାଞ୍ଚଳ ପାତ୍ରପଡା ଗ୍ରାମରେ । ଯୁବକ ଜଣକ ହେଲେ ସେହି ଗ୍ରାମର ପ୍ରଶାନ୍ତ କୁମାର ସାହୁ । ସୂଚନାନୁସାରେ, ଆଜି ପ୍ରଶାନ୍ତ ଘର ପାଖ କେନାଲକୁ ଶୌଚ କରିବା ପାଇଁ ଯାଇଥିବାବେଳେ ଭାଲୁ ଆକ୍ରମଣର ଶିକାର ହୋଇଥିଲେ ।ଫଳରେ ଗୁରୁତର ଆହତ ଅବସ୍ଥାରେ ପ୍ରଥମେ ଛେଣ୍ତିପଦା ମେଡିକାଲରେ ଭର୍ତ୍ତି ହୋଇଥିବା ବେଳେ ପରେ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି । ତେବେ ଯୁବକଙ୍କ ଅବସ୍ଥା ଏବେବି ଗୁରୁତର ରହିଛି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking