30.1 C
Bhubaneswar
Friday, May 30, 2025
Homeଓଡିଶାଡିବିଟି ମାଧ୍ୟମରେ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ

ଡିବିଟି ମାଧ୍ୟମରେ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ

କଳାହାଣ୍ଡି :  କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ କାର୍ଯ୍ୟାଳୟରେ ଆଜି ନୂତନ ହିତାଧିକାରୀଙ୍କୁ ଡିବିଟି ମାଧ୍ୟମରେ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି । ଏଥିରେ ବ୍ଲକର ୧୮୪ଜଣ ହିତାଧିକାରୀଙ୍କୁ ଡିବିଟି ମାଧ୍ୟମରେ ସିଧାସଳଖ ତାଙ୍କ ଏକାଉଣ୍ଟରେ ଭତ୍ତା ଟଙ୍କା ପ୍ରଦାନ କରାଯାଇଥିଲା। ଜୁନାଗଡ଼ ବିଡ଼ିଓ ଦୁଲାରାମ ମାରାଣ୍ଡିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଗୃହରାଷ୍ଟ୍ରମନ୍ତ୍ରୀ କ୍ୟାପଟେନ ଦିବ୍ୟ ଶଙ୍କର ମିଶ୍ର ଯୋଗଦେଇ ଏହି କାର୍ଯ୍ୟକ୍ରମ ର ଶୁଭାରମ୍ଭ କରିଥିଲେ। ସମ୍ମାନିତ ଅତିଥି ଭାବେ ଜିଲା ପରିଷଦ ଉପାଧ୍ୟକ୍ଷା ସୁଧିରା ମେହେର,ଜୁନାଗଡ଼ ବ୍ଲକ ଅଧ୍ୟକ୍ଷା ସବିତା ମେହେର,ଉପାଧ୍ୟକ୍ଷ ପ୍ରମୋଦ ବେହେରା ପ୍ରମୁଖ ମଞ୍ଚାସିନ ଥିଲେ।କାର୍ଯ୍ୟକ୍ରମକୁ ବିଏସଏସଓ ତୁଷାର ରଞ୍ଜନ ସାହୁ ପରିଚାଳନା କରିଥିଲେ।ଏହି କାର୍ଯ୍ୟକ୍ରମରେ ଜୁନାଗଡ଼ ବ୍ଲକର ବିଭିନ୍ନ ପଞ୍ଚାୟତର ସରପଞ୍ଚ,ପିଇଓ ମାନେ ଯୋଗଦେଇଥିଲେ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking