14.1 C
Bhubaneswar
Sunday, December 7, 2025
Homeଓଡିଶାମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ହଟିଲେ ବ୍ରହ୍ମପୁର ଅବକାରୀ ଅଧୀକ୍ଷକ

ମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ହଟିଲେ ବ୍ରହ୍ମପୁର ଅବକାରୀ ଅଧୀକ୍ଷକ

ଭୁବନେଶ୍ୱର : ଟିକିରି ମଦ ମୃତ୍ୟୁ ମାମଲାରେ କାର୍ଯ୍ୟାନୁଷ୍ଠାନ । ହଟିଲେ ବ୍ରହ୍ମପୁର ଅବକାରୀ ଅଧୀକ୍ଷକ । ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ନିର୍ଦ୍ଦେଶ ପରେ ଅବକାରୀ ସୁପରିଟେଣ୍ଡେଣ୍ଟଙ୍କୁ ହଟାଇଛନ୍ତି ରାଜ୍ୟ ସରକାର । ଗଞ୍ଜାମ ଜିଲ୍ଲା ଟିକିରିରେ ବିଷାକ୍ତ ମଦ ପିଇ ୨ ଜଣଙ୍କ ମୃତ୍ୟୁ ଘଟିଥିବା ୧୨ରୁ ଅଧିକ ମେଡିକାଲରେ ଭର୍ତ୍ତି ହୋଇଛନ୍ତି ।

ଗଞ୍ଜାମ ଜିଲ୍ଲା ଚିକିଟିଠାରେ ହୋଇଥିବା ମଦ ଘଟଣା ନେଇ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ଅବକାରୀ ବିଭାଗ ପ୍ରମୁଖ ଶାସନ ସଚିବ ସୁଶୀଲ କୁମାର ଲୋହାନୀ ଓ ଅବକାରୀ କମିଶନର ନରସିଂହ ଭୋଳଙ୍କ ସହ ଆଲୋଚନା କରିଛନ୍ତି । ପରେ ଗଣମାଧ୍ୟମକୁ ମନ୍ତ୍ରୀ କହିଛନ୍ତି, ବେଆଇନ୍ ମଦ କାରବାର ନେଇ ରାଜ୍ୟ ସରକାର କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ଏଭଳି ମାମଲାରେ ସଂପୃକ୍ତ ସମସ୍ତ ବ୍ୟକ୍ତିଙ୍କୁ ଖୋଜି ବାହାର କରାଯିବା ସହିତ ଆଇନ ଅନୁଯାୟୀ କଠୋର ଦଣ୍ଡବିଧାନ କରାଯିବ । ଏଥିସହିତ ବେଆଇନ୍‌ ତଥା ଚୋରା ମଦ କାରବାରକୁ ସଂପୂର୍ଣ୍ଣ ରୂପେ ବନ୍ଦ କରିବା ପାଇଁ ଆବଶ୍ୟକୀୟ ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରାଯିବ । ଏଥିପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି ।

ବେଆଇନ ମଦ କାରବାରରେ ସଂପୃକ୍ତଙ୍କ ବିରୁଦ୍ଧରେ ହେବ କଠୋର କାର୍ଯ୍ୟାନୁଷ୍ଠାନ : ମନ୍ତ୍ରୀ ଶ୍ରୀ ହରିଚନ୍ଦନ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking