18.1 C
Bhubaneswar
Sunday, December 21, 2025
Homeଓଡିଶାବେଷ୍ଟ ଓଡିଆ ଫିଚର ଫିଲ୍ମ-ଦମନ

ବେଷ୍ଟ ଓଡିଆ ଫିଚର ଫିଲ୍ମ-ଦମନ

ଭୁବନେଶ୍ୱର : ଓଡ଼ିଆ ଚଳଚ୍ଚିତ୍ର ଜଗତ ପାଇଁ ଏକ ଖୁସି ଓ ଗର୍ବର ଖବର। ୭୦ତମ ନ୍ୟାସନାଲ ଫିଲ୍ମ ଆର୍ଡ ଘୋଷଣା । ପୁରସ୍କାର ତାଲିକାରେ ଓଡିଆ ସିନେମା ‘ଦମନ’  । ବେଷ୍ଟ ଓଡିଆ ଫିଚର ଫିଲ୍ମ ଭାବେ ଦମନ ମନୋନୀତ । ତେବେ ଏହିଚଳଚ୍ଚିତ୍ରର ମୁଖ୍ୟ ଅଭିନେତା ବାବୁସାନ ମହାନ୍ତି, ଦୀପନ୍ୱିତ ଦାଶମହାପାତ୍ରଙ୍କ ସମେତ ପ୍ରଯୋଜକ, ନିର୍ଦ୍ଦେଶକ, ସଙ୍ଗୀତକାର ଓ ଅନ୍ୟମାନେ ଉପସ୍ଥିତ ରହିଥିଲେ। ୨୦୨୨ ନଭେମ୍ବର ୪ରେ ସତ୍ୟ ଘଟଣା ଉପରେ ଆଧାରିତ ଜଣେ ଯୁବ ଡାକ୍ତରଙ୍କ କାହାଣୀକୁ ନେଇ ପରଦାକୁ ଆସିଥିଲା ‘ଦମନ’। ରାଜ୍ୟର ୪୩ଟି ହଲ୍‌ରେ ଏହା ମୁକ୍ତିଲାଭ କରିଥିଲା। ପରେ ଦେଶବ୍ୟାପୀ ଚର୍ଚ୍ଚାର ପରିସରକୁ ଆସିବା ସହ ଓଡ଼ିଆ ସିନେମା ଇତିହାସରେ ନୂଆ ଫର୍ଦ୍ଦ ଯୋଡ଼ିଥିଲା। ଏଥିସହ ଦେଶର ୬ଟି ପ୍ରମୁଖ ସହରରେ ମୁକ୍ତିଲାଭ କରିଥିଲା। ଏହାର ଲୋକପ୍ରିୟତା ବୃଦ୍ଧି ଯୋଗୁଁ ପ୍ରଯୋଜନା ସଂସ୍ଥା ଏହାର ହିନ୍ଦୀ ଡବିଂ ଲାଗି ଇଚ୍ଛା ପ୍ରକାଶ କରିଥିଲେ। ଜେପି ମୋସନ୍ ପିକଚର୍ସ ବ୍ୟାନରରେ ଓ ମେଣ୍ଟିସ୍ ଫିଲ୍ମସ୍ ମିଳିତ ଭାବେ ପ୍ରସ୍ତୁତ ଏହି ସିନେମାର ମୂଳ ପ୍ରଯୋଜକ ରହିଛନ୍ତି ଦୀପେନ୍ଦ୍ର ସାମଲ। କାହାଣୀ, ଚିତ୍ରନାଟ୍ୟ ପ୍ରସ୍ତୁତି ସାଙ୍ଗକୁ ନିର୍ଦ୍ଦେଶନା ଦେଇଛନ୍ତି ବିଶାଳ ମୌର୍ଯ୍ୟ ଏବଂ ଦେବୀ ପ୍ରସାଦ ଲେଙ୍କା। ଡିଓପିରେ ପ୍ରତାପ ରାଉତ, ସଙ୍ଗୀତରେ ଗୌରବ ଆନନ୍ଦ, ଗୀତ ରଚନାରେ ଦିବ୍ୟଜିତ୍ ସାହୁ ଓ ଏଡିଟିଂରେ ଦେବୀ ପ୍ରସାଦ ଲେଙ୍କା ନିଜ ଦକ୍ଷତା ଦେଖାଇଥିଲେ।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking