36 C
Bhubaneswar
Monday, June 29, 2026
Homeଓଡିଶାଭଦ୍ରକ : ୪୮ ଘଣ୍ଟା ଇଣ୍ଟରନେଟ୍ ସେବା ବନ୍ଦ

ଭଦ୍ରକ : ୪୮ ଘଣ୍ଟା ଇଣ୍ଟରନେଟ୍ ସେବା ବନ୍ଦ

ଭଦ୍ରକ: ଭଦ୍ରକ ଜିଲ୍ଲାରେ ବନ୍ଦ ହୋଇଛି ଇଣ୍ଟରନେଟ୍ ସେବା। ସୋଶାଲ ମିଡିଆ ପୋଷ୍ଟକୁ ନେଇ ଦେଖାଦେଇଥିବା ଉତ୍ତେଜନା ପରେ ଏହି ପଦକ୍ଷେପ ନେଇଛି ଜିଲ୍ଲା ପ୍ରଶାସନ। ଜିଲ୍ଲାରେ ୪୮ ଘଣ୍ଟା ପାଇଁ ଇଣ୍ଟରନେଟ ସେବା ବନ୍ଦ ରହିବ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏହାସହ ସମସ୍ତ ସୋଶାଲ ମିଡିଆ ବ୍ୟବହାର ଉପରେ କଟକଣା ଲାଗାଯାଇଛି।

ଏଥିସହ ସହରରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ପୁରୁଣାବଜାର ଅଞ୍ଚଳରେ ୧୬୩ ଧାରା ଲାଗୁ କରାଯିବା ସହ ୧୦ ପ୍ଲାଟୁନ୍ ଫୋର୍ସ ମୁତୟନ କରାଯାଇଛି। ସେହିପରି ଧାମନଗରରେ ମଧ୍ୟ ଉତ୍ତେଜନାମୂଳକ ସ୍ଥିତି ଥିବାରୁ  ବିଜ୍ଞାପିତ ଅଞ୍ଚଳ ପରିଷଦ, ଦୋବଲ ଓ ଏହାର ଆଖପାଖ ଅଞ୍ଚଳରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ୧୬୩ ଧାରା ଜାରି ହୋଇଛି। ଧାମନଗରରେ ୫ ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି। ଆଇନ ଶୃଙ୍ଖଳା ପରିସ୍ଥିତି ଭଙ୍ଗ ନ ହେଲା ଭଳି କୌଣସି ମିଥ୍ୟା ଗୁଜବ ପ୍ରଚାର ନକରି ଶାନ୍ତି ବଜାଇ ରଖିବା ପାଇଁ ପ୍ରଶାସନକୁ ସମ୍ପୂର୍ଣ୍ଣ ସହଯୋଗ କରିବାକୁ ଜିଲ୍ଲା ପ୍ରଶାସନ ଓ ଧାମନଗର ପୁଲିସ ପ୍ରଶାସନ ପକ୍ଷରୁ ଡାକବାଜି ଯନ୍ତ୍ର ଦ୍ୱାରା ପ୍ରଚାର କରାଯାଇ ଅନୁରୋଧ କରାଯାଇଛି। ସହରରେ କିଭଳି ଶାନ୍ତି ଫେରିବ ସେ ନେଇ ପୁଲିସ ଏବଂ ପ୍ରଶାସନ ଉଦ୍ୟମ ଜାରି ରଖିଛନ୍ତି। ପୁଲିସ୍ ଫ୍ଲାଗମାର୍ଚ୍ଚ ସହ ଭେଇକିଲ ପେଟ୍ରୋଲିଂକୁ ବଢ଼ାଇଛି। ଏଥିସହ ଦୋକାନବଜାର ମଧ୍ୟ ରହିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking