34.1 C
Bhubaneswar
Tuesday, April 29, 2025
Homeଓଡିଶାଭଦ୍ରକ : ସ୍ୱାଭାବିକ ହେଲା ଇଣ୍ଟରନେଟ୍‌ ସେବା

ଭଦ୍ରକ : ସ୍ୱାଭାବିକ ହେଲା ଇଣ୍ଟରନେଟ୍‌ ସେବା

ଭଦ୍ରକ : ଭଦ୍ରକ ରେ ସ୍ୱାଭାବିକ ହୋଇଛି ଇଣ୍ଟରନେଟ୍‌ ସେବା। ସୋଶାଲ ମିଡିଆ ପୋଷ୍ଟକୁ ନେଇ ଦେଖାଦେଇଥିବା ଉତ୍ତେଜନା ପରେ ଇଣ୍ଟରନେଟ ସେବାକୁ ବନ୍ଦ କରି ଦିଆଯାଇଥିଲା। ଇଣ୍ଟରନେଟ୍‌ ସେବା ସ୍ୱାଭାବିକ ହୋଇଥିଲେ ମଧ୍ୟ ୧୬୩ ଜାରି ରହିଛି।ଗତକାଲି ପୁଲିସ ଡିଜି ୱାଇ.ବି ଖୁରାନିଆ ଭଦ୍ରକ ଗସ୍ତରେ ଯାଇ ସ୍ଥିତି ସମୀକ୍ଷା କରିଥିଲେ। ସୋଶାଲ ମିଡିଆରେ ହେଉଥିବା ମିଥ୍ୟା ଅପପ୍ରଚାର ଓ ଗୁଜବଠୁ ଦୂରେଇ ରହିବାକୁ ଜନସାଧାରଣଙ୍କୁ ଅପିଲ୍‌ କରିଥିଲେ।ସୋଶାଲ ମିଡିଆରେ ଏକ ନିର୍ଦ୍ଦିଷ୍ଟ ସଂପ୍ରଦାୟ ବିରୋଧରେ ଜଣେ ବ୍ୟକ୍ତିଙ୍କ ପୋଷ୍ଟକୁ ନେଇ ଅଶାନ୍ତ ହୋଇ ଉଠିଥିଲା ଭଦ୍ରକ ସହର। ଉକ୍ତ ସଂପ୍ରଦାୟର ଲୋକେ ସଂପୃକ୍ତ ବ୍ୟକ୍ତିଙ୍କୁ ଗିରଫ କରିବା ଦାବିରେ ଶୁକ୍ରବାର ଅପରାହ୍ନରେ ସନ୍ଥିଆ ପୋଲ ନିକଟରେ ଟାୟାର ଜାଳି ରାସ୍ତା ଅବରୋଧ କରିଥିଲେ। ଭଦ୍ରକ ତହସିଲଦାର ଓ ପୁରୁଣା ବଜାର ପୁଲିସ ସେଠାରେ ପହଞ୍ଚି ସେମାନଙ୍କୁ ବୁଝାଶୁଝା କରିବା ସହିତ ରାସ୍ତାରୋକରୁ ଓହରି ଯିବାକୁ କହିଥିଲେ।ମାତ୍ର ସ୍ଥିତି ସାଂଘାତିକ ରୂପ ଧାରଣ କଲା। ଆନ୍ଦୋଳନକାରୀ ପୁଲିସ ଉପରକୁ ଆକ୍ରମଣ କରିବାରୁ ତିନି ଜଣ ପୁଲିସ ଅଧିକାରୀ ସହ କିଛି କର୍ମଚାରୀ ଆହତ ହୋଇଥିଲେ। ଭଦ୍ରକ ତହସିଲଦାରଙ୍କ ଗାଡ଼ିକୁ ମଧ୍ୟ ଆନ୍ଦୋଳନକାରୀ ଭାଙ୍ଗି ଦେଇଥିଲେ। ଏମିତିକି ଏହି ଘଟଣାକୁ ନେଇ ଧାମନଗର ଥାନା ଅଞ୍ଚଳରେ ଉତ୍ତେଜନା ଦେଖା ଦେଇଥିଲା।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking