ଭୁବନେଶ୍ୱର: ସୁଜାତା ବିଜେଡିକୁ ଆସିବା ଚର୍ଚ୍ଚା ଭିତରେ ଶ୍ରୀମୟୀଙ୍କ ତେର୍ଚ୍ଚା ନିଶାନା। ସୋସିଆଲ ମିଡିଆରେ ପୋଷ୍ଟ କରି ଶ୍ରୀମୟୀ କହିଛନ୍ତି, ୨୦୨୩ କାର୍ତ୍ତିକ ପୂର୍ଣ୍ଣିମାରେ ସରକାର କ୍ଷମତାରୁ ଯିବାର ମୂଳଦୁଆ ପଡିଥିଲା। ଆସନ୍ତାକାଲି ନିର୍ଜଳା ଏକାଦଶୀରେ ଦଳ ନିଶ୍ଚିହ୍ନ ହେବାର ମୂଳଦୁଆ ପଡ଼ିବାକୁ ଯାଉଛି। 2025 ରେ କହିଥିଲି, ଟାଇଟେନିକ ବୁଡ଼ିବା ପ୍ରସ୍ତୁତି ଆରମ୍ଭ ହୋଇଗଲାଣି। ଜେମାମଣୀଙ୍କ ପାଦୁକା ପୂଜା କରାଇବାକୁ,ତେଲମରା ଭକ୍ତ, ସମ୍ପୂର୍ଣ୍ଣ ପ୍ରସ୍ତୁତ । ନିଜେ ବୁଲି ୨୦୨୪ ସାଧାରଣ ନିର୍ବାଚନରେ ଦଳକୁ ପରାଜିତ କରି ମନ ଭରିଲାନି,ଏବେ ପୁଣି ତାମିଲ୍ ବୋହୂକୁ ମିଶାଇ ଦଳକୁ ନିଜ ଦଖଲକୁ ନେବା ପାଇଁ ଭଣ୍ଡ ପ୍ରସ୍ତୁତ କଲେ ମାଷ୍ଟର ପ୍ଲାନ . ସହଜେ ତ ଟ୍ରଷ୍ଟ କରି ଦିଲ୍ଲୀ ଘର ଦଖଲକୁ ନେଇସାରିଛନ୍ତି ।ଏବେ ନଜର ନିବାସ ଓ ଦଳର ପାଣ୍ଠି ଉପରେ। ନେତାମାନଙ୍କୁ ଶଙ୍ଖ ଭବନ ଡାକି ତାମିଲ୍ ବୋହୂକୁ ରେଡ୍ କାର୍ପେଟ୍ ସ୍ବାଗତ କରିବା ପାଇଁ ଫରମାନ୍ ଜାରି ହୋଇଛି।ନିବାସର କଣ୍ଟ୍ରୋଲ ରୁମ୍ ସହାୟିକା ପଦବୀ ପାଇଁ ଆବଶ୍ୟକତା ପ୍ରକ୍ରିୟା ଆରମ୍ଭ ହୋଇ ସାରିଛି।










