31.1 C
Bhubaneswar
Sunday, September 22, 2024
Homeଓଡିଶାଓଡ଼ିଶାରେ ଗଡ଼ିଲା ତୃତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍‌

ଓଡ଼ିଶାରେ ଗଡ଼ିଲା ତୃତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍‌

ଭୁବନେଶ୍ବର: ଓଡ଼ିଶାର ରେଳ ଭିତ୍ତିଭୂମି ଆଉ ଗୋଟିଏ ପାଦ ଆଗେଇଛି। ରାଜ୍ୟରେ ତୃତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍‌ ସେବା ଆରମ୍ଭ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ପୁରୀ-ବିଶାଖାପାଟଣା ବନ୍ଦେ ଭାରତ ଏକ୍ସପ୍ରେସ୍‌ ସେବାର ଶୁଭାରମ୍ଭ କରିଛନ୍ତି। ଭିଡିଓ କନଫରେନ୍ସିଂ ମାଧ୍ୟମରେ ଦେଶର ବିକାଶ ପାଇଁ ୮୫ ହଜାର କୋଟି ଟଙ୍କାର ରେଳ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ ଓ ଲୋକାର୍ପଣ ଅବସରରେ ଏହି ସେବା ଆରମ୍ଭ କରିଛନ୍ତି।

ଏହିକ୍ରମରେ ପ୍ରଧାନମନ୍ତ୍ରୀ ମୋଦୀ ଦେଶ ଉଦ୍ଦେଶ୍ୟରେ ୧୦ଟି ନୂଆ ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିଛନ୍ତି। ପୁରୀରୁ ଆରମ୍ଭ ହୋଇଥିବା ଏହି ନୂଆ ବନ୍ଦେ ଭାରତ ଏକ୍ସପ୍ରେସ୍‌ ବିଶାଖାପଟନମ୍ ପର୍ଯ୍ୟନ୍ତ ଚାଲିବ। ପୁରୀ ଓ ବିଶାଖାପାଟଣା ମଧ୍ୟରେ ଖୋର୍ଦ୍ଧା, ବାଲୁଗାଁ ଓ ବ୍ରହ୍ମପୁର ଟ୍ରେନ୍‌ ରହଣୀ କରିବ। ଶନିବାର ବ୍ୟତୀତ ସପ୍ତାହର ୬ ଦିନ ଏହା ଚାଲିବ। ଗତବର୍ଷ ମେ’ ମାସରେ ଓଡ଼ିଶାରେ ପ୍ରଥମ ଥର ପାଇଁ ବନ୍ଦେ ଭାରତ ଏକ୍ସପ୍ରେସ୍‌ ଟ୍ରେନ୍‌ର ଶୁଭାରମ୍ଭ ହୋଇଥିଲା। ଏହା ପୁରୀରୁ ହାୱଡା ମଧ୍ୟରେ ଚଳାଚଳ କରୁଛି। ସେହିପରି ୨୦୨୩ ସେପ୍ଟେମ୍ବର ମାସରେ ପୁରୀ ଓ ରାଉଲକେଲା ମଧ୍ୟରେ ୨ୟ ବନ୍ଦେ ଭାରତ ଏକ୍ସପ୍ରେସ୍‌ ଟ୍ରେନ୍‌ ଚାଲୁଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking