27.1 C
Bhubaneswar
Friday, December 19, 2025
Homeଓଡିଶାଭରତପୁର ଥାନା ବିବାଦ ; ୫ ପୋଲିସଙ୍କ ଆଗୁଆ ଜାମିନ ଆବେଦନ

ଭରତପୁର ଥାନା ବିବାଦ ; ୫ ପୋଲିସଙ୍କ ଆଗୁଆ ଜାମିନ ଆବେଦନ

ଭୁବନେଶ୍ୱର : ଭରତପୁର ଥାନା ବିବାଦ ; ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ । ନିଲମ୍ବିତ ୫ ପୋଲିସ ଆଗୁଆ ଜାମିନ ପାଇଁ କଲେ ଆବେଦନ । ଇନ୍ସପେକ୍ଟର ଦୀନକୃଷ୍ଣ ମିଶ୍ରଙ୍କ ସମେତ ୫ ନିଲମ୍ବିତ ପୋଲିସ କଲେ ଆବେଦନ । ମାମଲାରେ ଆଜି ବିଚାର ବିଭାଗୀୟ ତଦନ୍ତ ଆରମ୍ଭ ହୋଇଛି। ଭୁବନେଶ୍ୱର ସର୍କିଟ ହାଉସରେ ସୋମବାର ପ୍ରଥମ ବୈଠକ ବସିଥିଲା। ହାଇକୋର୍ଟର ପୂର୍ବତନ ବିଚାରପତି ତଥା ତଦନ୍ତ କମିଶନ ଜଷ୍ଟିସ ଚିତ୍ତରଞ୍ଜନ ଦାସଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଥିବାବେଳେ ଏଥିରେ ପୁଲିସ ଡିଜି, ଗୃହ ବିଭାଗ ଏସିଏସ୍‌‌, ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଉପସ୍ଥିତ ରହିଥିଲେ। ଘଟଣାକୁ ନେଇ ସତ୍ୟପାଠ ଆହ୍ୱାନ କରାଯିବ ବୋଲି କମିଶନ ସଚିବ ଗଣମାଧ୍ୟମକୁ କହିଛନ୍ତି। ସତ୍ୟପାଠ ଯାଞ୍ଚ କରାଯାଇ ତଦନ୍ତ ଆଗେଇବା ସହ ସାକ୍ଷ୍ୟଗ୍ରହଣ ଆରମ୍ଭ କରାଯିବ। ଏହାସହିତ ଘଟଣାରେ ନିଲମ୍ବିତ ପୁଲିସ ଅଧିକାରୀଙ୍କୁ ମଧ୍ୟ ପଚରାଉଚରା ହେବ। ସୂଚନାଯୋଗ୍ୟ, ଗତ ୧୪ ତାରିଖରେ ଭରତପୁର ଥାନାରେ ମେଜର ଓ ବାନ୍ଧବୀ ଏକ ଅଭିଯୋଗ କରିବାକୁ ଯାଇଥିବାବେଳେ ସେମାନଙ୍କୁ ଥାନା ଅଧିକାରୀଙ୍କ ସହ ଅନ୍ୟ ପୁଲିସ କର୍ମଚାରୀମାନେ ଅକଥନୀୟ ନିର୍ଯାତନା ଦେଇଥିଲେ, ଯାହାକି ସବୁଠି ଚର୍ଚ୍ଚାର ବିଷୟ ପାଲଟିଥିଲା। ଏହି ଘଟଣାରେ ସଠିକ୍‌‌ ଭାବେ ତଦନ୍ତ କରି ପୀଡିତାଙ୍କୁ ନ୍ୟାୟ ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଚାର ବିଭାଗୀୟ ତଦନ୍ତ ନିର୍ଦେଶ ଦେଇଛନ୍ତି। କ୍ରାଇମବ୍ରାଞ୍ଚ ମଧ୍ୟ ଘଟଣାର ତଦନ୍ତ କରୁଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking