28.1 C
Bhubaneswar
Thursday, April 2, 2026
Homeଓଡିଶାଭରତପୁର ଥାନା ଘଟଣା : ନିଲମ୍ବିତ ୪ ପୁଲିସ୍‌ କର୍ମଚାରୀଙ୍କ ହୋଇପାରେ ପଲିଗ୍ରାଫ ଟେଷ୍ଟ

ଭରତପୁର ଥାନା ଘଟଣା : ନିଲମ୍ବିତ ୪ ପୁଲିସ୍‌ କର୍ମଚାରୀଙ୍କ ହୋଇପାରେ ପଲିଗ୍ରାଫ ଟେଷ୍ଟ

ଭୁବନେଶ୍ୱର : ଭୁବନେଶ୍ୱରର ଭରତପୁର ଥାନାରେ ଜଣେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ଆଇଆଇସିଙ୍କ ସମେତ ୫ ପୁଲିସ୍‌ କର୍ମଚାରୀ ନିଲମ୍ବିତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କର ପଲିଗ୍ରାଫ୍‌ ଟେଷ୍ଟ ନିମନ୍ତେ ମିଳି ସାରିଛି ଅନୁମତି। ଏବେ ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ ନିମନ୍ତେ ଆଉ ୪ ନିଲମ୍ବିତ ପୁଲିସ୍‌ କର୍ମଚାରୀଙ୍କର ବି ହୋଇପାରେ ପଲିଗ୍ରାଫ ଟେଷ୍ଟ । ଏଥିନିମନ୍ତେ କ୍ରାଇମବ୍ରାଞ୍ଚ ପକ୍ଷରୁ ଆଜି ଭୁବନେଶ୍ୱର ଏସ୍‌ଡିଜେଏମ୍ କୋର୍ଟରେ ଆବେଦନ କରାଯାଇଛି l ତେବେ ପୂର୍ବରୁ କୋର୍ଟଙ୍କ ଆବେଦନ ଉପରେ ସହମତି ପ୍ରକାଶ କରିଥିଲେ ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ର l ଏଥିନିମନ୍ତେ ଦୀନକୃଷ୍ଣଙ୍କୁ ଗୁଜରାଟର ଗାନ୍ଧିନଗର ନେବ କ୍ରାଇମବ୍ରାଞ୍ଚ l ସେଠାରେ ତାଙ୍କର ପଲିଗ୍ରାଫ୍‌ ଟେଷ୍ଟ ସହିତ ନାର୍କୋ ଆନାଲିସିସ୍‌ ଓ ବ୍ରେନ୍‌ ଫିଙ୍ଗର ପ୍ରିଣ୍ଟିଂ ଟେଷ୍ଟ ବି ହେବ । ଏବେ ଏହି ମାମଲାରେ ସମ୍ପୃକ୍ତି ଅଭିଯୋଗରେ ନିଲମ୍ବିତ ହୋଇଥିବା ଆଉ ୪ ପୁଲିସ୍‌ କର୍ମଚାରୀଙ୍କ ପଲିଗ୍ରାଫ ଟେଷ୍ଟ ପାଇଁ ବି ଆବେଦନ କରାଯାଇଛି। ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ଗତ ୧୪ ତାରିଖରେ ଦିଆଯାଇଥିବା ନିର୍ଯାତନା ଘଟଣା ସବୁଠି ନିନ୍ଦା ହେବା ପରେ ଘଟଣାର ତଦନ୍ତ କରୁଛି କ୍ରାଇମବ୍ରାଞ୍ଚ ଟିମ୍‌‌। ଏଥିରେ ପୂର୍ବରୁ ଦୀନକୃଷ୍ଣଙ୍କ ସହ ଅନ୍ୟ ୪ଜଣ ପୁଲିସ କର୍ମଚାରୀଙ୍କୁ ଜେରା କରିଥିଲା କ୍ରାଇମବ୍ରାଞ୍ଚ। ଏହାପରେ ଦୀନକୃଷ୍ଣଙ୍କ ପଲିଗ୍ରାଫ୍‌‌ ଟେଷ୍ଟ ପାଇଁ ଗତକାଲି କ୍ରାଇମବ୍ରାଞ୍ଚ ଏସଡିଜେଏମ କୋର୍ଟରେ ଆବେଦନ କରିବା ପରେ କୋର୍ଟ ଟେଷ୍ଟ ପାଇଁ ଅନୁମତି ଦେଇଥିଲେ l

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking