32.1 C
Bhubaneswar
Monday, March 24, 2025
Homeଓଡିଶାଓଡ଼ିଶାରେ ରହିଛି ଭରପୁର ସୁନା ଖଣି: ମନ୍ତ୍ରୀ

ଓଡ଼ିଶାରେ ରହିଛି ଭରପୁର ସୁନା ଖଣି: ମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାରେ ରହିଛି ଭରପୁର ସୁନା ଖଣି । ଦେବଗଡ଼ କେନ୍ଦୁଝର ପରେ ସୁନ୍ଦରଗଡ, ନବରଙ୍ଗପୁର, ଅନୁଗୁଳ, କୋରାପୁଟ, ମାଲକାନଗିରି, ସମ୍ବଲପୁର ଓ ବୌଦ୍ଧ ଜିଲ୍ଲାରେ ବି ସୁନା ଖଣି ଥିବା ସୂଚନା ମିଳିଛି।ସେହିପରି ମୟୂରଭଞ୍ଜ ଜିଲ୍ଲାର ଯଶିପୁର, ସୁରିଆଗୁଡା, ରୁଆଁସି, ଇଡେଲକୁଚା, ମାରେଡ଼ିହି ଓ ସୁଲେଇପାଟ (ଧୂସୁରା ପାହାଡ) ଏବଂ ବାଦାମପାହାଡ ଅଞ୍ଚଳରେ ସୁନାଖଣି ଅନ୍ୱେଷଣ ନିମନ୍ତେ ପ୍ରାରମ୍ଭିକ ଅନୁସନ୍ଧାନ ଜାରି ରହିଛ? ପୂର୍ବରୁ ରାଜ୍ୟରେ ଦେବଗଡ ଜିଲ୍ଲାର ଆଡାସ-ରାମପାଲ୍ଲୀ ଅଞ୍ଚଳରେ ଭାରତୀୟ ଭୂ-ବୈଜ୍ଞାନିକ ସର୍ବେକ୍ଷଣସଂସ୍ଥା ଦ୍ୱାରା ତମ୍ବାପଥର ପାଇଁ ଜି-୨ ସ୍ତରରେ ଅନ୍ୱେଷଣ କଲାବେଳେ ସୁନାପଥରର ସନ୍ଧାନ ମିଳିଛି।କେନ୍ଦୁଝର ଜିଲ୍ଲାର ଗୋପୁର-ଗାଜିପୁର ମାଙ୍କଡଚୁଆଁ, ସଲେଇକଣା, ଡିମିରିମୁଣ୍ଡା ଅଞ୍ଚଳରେ ସୁନାଖଣି ଚିହ୍ନଟ ପାଇଁ ଅନୁସନ୍ଧାନ କାର‌୍ୟ୍ୟ ଚାଲୁ ରହିଛି। ଏ ନେଇ ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ଖଣି ମନ୍ତ୍ରୀ ବିଭୂତି ଜେନା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking