22.1 C
Bhubaneswar
Thursday, February 12, 2026
Homeଦେଶ ବିଦେଶଭର୍ତ୍ତୃହରି ମହତାବ ଲୋକସଭାର କାମଚଳା ବାଚସ୍ପତି

ଭର୍ତ୍ତୃହରି ମହତାବ ଲୋକସଭାର କାମଚଳା ବାଚସ୍ପତି

ନୂଆଦିଲ୍ଲୀ : କଟକ ଲୋକସଭା ସାଂସଦ ଭର୍ତ୍ତୃହରି ମହତାବ ଲୋକସଭାର କାମଚଳା ବାଚସ୍ପତି ଭାବେ ନିଯୁକ୍ତ ହୋଇଛନ୍ତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଲୋକସଭାର କାମଚଳା ବାଚସ୍ପତି ଭାବେ ନିଯୁକ୍ତି ଦେଇଛନ୍ତି । ସମ୍ବିଧାନର ଧାରା ୯୫ (୧) ଅନୁଯାୟୀ ଭର୍ତ୍ତୃହରି ଙ୍କୁ ଏହି ପଦବିରେ ନିଯୁକ୍ତ କରାଯାଇଛି । ଯେପର୍ଯ୍ୟନ୍ତ ଲୋକସଭାର ନୂଆ ବାଚସ୍ପତି ନିଯୁକ୍ତ ନହୋଇଛନ୍ତି, ସେପର୍ଯ୍ୟନ୍ତ ଭର୍ତ୍ତୃହରି ମହତାବ କାମଚଳା ବାଚସ୍ପତି ଭାବେ କାର୍ଯ୍ୟ କରିବେ। କଟକ ଲୋକସଭାରୁ ସାତ ସାତଥର ନିର୍ବାଚିତ ହୋଇଛନ୍ତି ଭର୍ତ୍ତୃହରି। ଏଥର ବିଜେଡିର ସଂତୃପ୍ତ ମିଶ୍ରଙ୍କୁ ୫୭ ହଜାରରୁ ଅଧିକ ଭୋଟରେ ପରାସ୍ତ କରିଥିଲେ । କଟକ ସାଂସଦ କ୍ଷେତ୍ରରୁ ଭର୍ତ୍ତୃହରି ଲୋକସଭାକୁ ଲଗାତାର ଭାବେ ୭ ଥର ନିର୍ବାଚିତ ହୋଇଛନ୍ତି । ଭର୍ତ୍ତୃହରି ୧୯୯୮ ମସିହା ଭାରତୀୟ ସାଧାରଣ ନିର୍ବାଚନରେ କଟକ ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ଲୋକ ସଭା ପାର୍ଥୀ ଭାବରେ ନିର୍ବାଚନ ଲଢ଼ିଥିଲେ ଏବଂ ବିଜୟୀ ହୋଇ ୧୩ଶ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ । ଏହାପରେ ସେ ଲଗାତାର ଭାବରେ ଏହି ନିର୍ବାଚନ ମଣ୍ଡଳୀରୁ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ । ବିଜେଡି ଟିକଟରେ ୬ଥର ଲୋକସଭାକୁ ନିର୍ବାଚିତ ହୋଇଥିବା ବେଳେ ୨୦୨୪ରେ ବିଜେପି ଟିକଟରେ କଟକ ଲୋକସଭା ଆସନରୁ ନିର୍ବାଚିତ ହୋଇଛନ୍ତି ।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking