30.1 C
Bhubaneswar
Tuesday, February 3, 2026
Homeଓଡିଶାକୁମ୍ଭୀର ଗଣନା ପାଇଁ ବନ୍ଦ ରହିବ ଭିତରକନିକା

କୁମ୍ଭୀର ଗଣନା ପାଇଁ ବନ୍ଦ ରହିବ ଭିତରକନିକା

ରାଜନଗର: ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନରେ ପୂର୍ବବର୍ଷ ଭଳି ଏ ବର୍ଷ କୁମ୍ଭୀର ଗଣନା କରାଯିବ। ୨୦୨୬ ମସିହା ଜାନୁୟାରୀ ୮ତାରିଖଠାରୁ ୧୦ତାରିଖ ପର୍ଯ୍ୟନ୍ତ ଗଣନା କରାଯାଉଥିବାରୁ ପର୍ଯ୍ୟଟକମାନଙ୍କ ପାଇଁ ଜାତୀୟ ଉଦ୍ୟାନ ବନ୍ଦ ରହିବ ବୋଲି ବନଖଣ୍ଡ ଅଧିକାରୀ ଭରଦରାଜ ଗାଓଁକାର ସୂଚନା ଦେଇଛନ୍ତି। ଏହି ସମୟରେ ଭିତରକନିକାକୁ ଆସୁଥିବା ଦେଶ ବିଦେଶର ପର୍ଯ୍ୟଟକମାନଙ୍କୁ ଆସିବାକୁ ବାରଣ କରାଯାଇଛି। ଶୀତ ସହ ଅମାବାସ୍ୟା ତିଥିକୁ ଦୃଷ୍ଟିରେ ରଖି କୁମ୍ଭୀର ଗଣନା ପାଇଁ ସମୟ ସ୍ଥିର କରାଯାଇଥାଏ। ଶୀତ ଅଧିକ ହେଲେ ଛୋଟରୁ ବଡ ପର୍ଯ୍ୟନ୍ତ ସବୁ କୁମ୍ଭୀର ନଦୀପଠାରେ ଖରା ଖାଇବାକୁ ପଡି ରହିଥାନ୍ତି। ଭିତରକନିକାର ନଦୀନାଳଗୁଡିକ ମୁଖ୍ୟତଃ ଜୁଆରିଆ ହୋଇଥିବାରୁ ଅଧିକ ଭଟ୍ଟା ରହୁଥିବା ଅମାବାସ୍ୟା ତିଥି ପରେ ଉଚ୍ଚ ଜୁଆର ନଆସିବା ଯୋଗୁଁ ନଦୀପଠା ବୁଡିନଥାଏ। ଏହି ସମୟରେ ଦିନ ଓ ରାତିରେ କୁମ୍ଭୀର ଗଣନା କରିବା ପାଇଁ ସୁବିଧା ହୋଇଥାଏ। ମୁଖ୍ୟତଃ ପର୍ଯ୍ୟଟକମାନେ ବୋଟରେ ଆସିବା ସମୟରେ କୁମ୍ଭୀରମାନେ ନଦୀପଠାରୁ ନଦୀ ଭିତରକୁ ଚାଲି ଯାଆନ୍ତି। ପର୍ଯ୍ୟଟକମାନଙ୍କୁ ବନ୍ଦ କରାଯାଇ ଆହୁଲାମରା ଡଙ୍ଗା ସାହାଯ୍ୟରେ କୁମ୍ଭୀର ଗଣନା କରାଯାଇଥାଏ। ବିଶେଷଜ୍ଞ ଗଣନାକାରୀଙ୍କୁ ପ୍ରଶିକ୍ଷଣ ପ୍ରଦାନ କରିବା ପରେ ଗଣନାକାରୀ ଦଳ ଗଠନ କରାଯାଇ କୁମ୍ଭୀର ଗଣନା ଆରମ୍ଭ କରାଯିବ ବୋଲି ଜଣାପଡିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking