30.1 C
Bhubaneswar
Friday, April 26, 2024
Homeଅପରାଧବିମାନବନ୍ଦରର ଛାତ ଭୁଶୁଡ଼ିବା ଘଟଣା:  ମୃତକଙ୍କ ପରିବାର ୨୦ ଲକ୍ଷ ଟଙ୍କାର କ୍ଷତିପୂରଣ ଦାବି କଲେ

ବିମାନବନ୍ଦରର ଛାତ ଭୁଶୁଡ଼ିବା ଘଟଣା:  ମୃତକଙ୍କ ପରିବାର ୨୦ ଲକ୍ଷ ଟଙ୍କାର କ୍ଷତିପୂରଣ ଦାବି କଲେ

ଭୁବନେଶ୍ୱର: ଭୁବନେଶ୍ୱର ବିମାନବନ୍ଦରର ଛାତ ଭୁଶୁଡ଼ିବା ଘଟଣାରେ  ମୃତକଙ୍କ ପରିବାର ୨୦ ଲକ୍ଷ ଟଙ୍କାର କ୍ଷତିପୂରଣ ଦାବି  କରଛନ୍ତି |  ପରିବାର ଲୋକ କ୍ୟାପିଟାଲ୍ ହସ୍ପିଟାଲରେ ପହଞ୍ଚି ଏହି ଦାବି କରିଥିବା ଜଣାଯାଇଛି ।
ଛାତ ଭୁଶୁଡ଼ି ବଡମ୍ୱା ଅଞ୍ଚଳର ଶ୍ରମିକ ଅନ୍ତର୍ଯ୍ୟାମୀ ଗୁରୁଙ୍କର ମୃତ୍ୟୁ ହୋଇଛି । ଭାଙ୍ଗି ଯାଇଥିବା ଛାତ ତଳେ ଦୀର୍ଘ ୨ ଘଣ୍ଟାରୁ ଅଧିକ ସମୟ ଫସି ରହିବାରୁ ଶ୍ରମିକ ଜଣଙ୍କର ମୃତ୍ୟୁ ହୋଇଛି । ସନ୍ଧାନୀ କୁକୁର ଜରିଆରେ ତାଙ୍କୁ ଠାବ କରାଯିବା ପରେ ସମସ୍ତ ଲୁହା ରଡକୁ ବାହାର କରି ତାଙ୍କୁ ଉଦ୍ଧାର କରାଯାଇ କ୍ୟାପିଟାଲ୍ ହସ୍ପିଟାଲକୁ ନିଆଯାଇଥିଲା । ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ । ଆଉ ଜଣେ ଅଳ୍ପକେ ମୃତ୍ୟୁ ମୁହଁରୁ ରକ୍ଷା ପାଇ ଯାଇଛନ୍ତି । ତାଙ୍କୁ କ୍ୟାପିଟାଲ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତାଙ୍କ ନାମ ନବକିଶୋର ସ୍ୱାଇଁ ଏବଂ ଘର ଢେଙ୍କାନାଳ ଅଞ୍ଚଳରେ ବୋଲି ଜଣାପଡ଼ିଛି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking