34.1 C
Bhubaneswar
Thursday, April 25, 2024
Homeବ୍ରେକୀଙ୍ଗନବୀନଙ୍କୁ ଅପରାଜିତାଙ୍କ ‘ଧଉଳି’ ଚିଠି

ନବୀନଙ୍କୁ ଅପରାଜିତାଙ୍କ ‘ଧଉଳି’ ଚିଠି

ଭୁବନେଶ୍ବର : ଧଉଳି ଶାନ୍ତିସ୍ତୁପର ସାମଗ୍ରିକ ବିକାଶ ଓ ରକ୍ଷଣାବେକ୍ଷଣ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ। ଦୀର୍ଘବର୍ଷ ହେବ ଶାନ୍ତିସ୍ତୂପ ମରାମତି ଅଭାବରୁ ବିପଦ ସଙ୍କୁଳ ହୋଇପଡିଥିବା ଏବଂ ଧଉଳି ଶାନ୍ତିସ୍ତୁପର ବିଭିନ୍ନ ସ୍ଥାନରେ ଫାଟ ସୃଷ୍ଟି ହୋଇଥିବାରୁ ଏହାର ଖୁବ୍‌ ଶିଘ୍ର ମରାମତି କରାଯିବା ସହ ଏହାର ଉଚିତ ରକ୍ଷଣାବେକ୍ଷଣ ପାଇଁ ଅନୁରୋଧ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ ଚିଠି ଲେଖିଥିବା ଜଣାପଡିଛି। କିଛି ଦିନ ତଳେ ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ ଧଉଳି ଶାନ୍ତିସ୍ତୁପର ପରିଦର୍ଶନରେ ଯାଇ ସ୍ଥିତି ସମୀକ୍ଷା କରିବା ସହ ସେଠାରେ ରହୁଥିବା ବୌଦ୍ଧ ସନ୍ୟାସୀମାନଙ୍କ ସହ ବିସ୍ତୁତ ଭାବେ ଆଲୋଚନା କରିଥିଲେ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking