27.1 C
Bhubaneswar
Wednesday, June 26, 2024
Homeଦେଶ ବିଦେଶଜମ୍ମୁ-କାଶ୍ମୀରରେ ସେନାକୁ ବଡ ସଫଳତା, କୁପୱାରା ଏନକାଉଣ୍ଟରରେ ୫ ଆତଙ୍କବାଦୀ ନିପାତ

ଜମ୍ମୁ-କାଶ୍ମୀରରେ ସେନାକୁ ବଡ ସଫଳତା, କୁପୱାରା ଏନକାଉଣ୍ଟରରେ ୫ ଆତଙ୍କବାଦୀ ନିପାତ

ନୂଆଦିଲ୍ଲୀ: ଆତଙ୍କବାଦୀ ବିରୋଧରେ ଯୁଦ୍ଧ ଜାରି ରଖିଥିବା ଭାରତୀୟ ସେନାକୁ ମିଳିଛି ବଡ ସଫଳତା । ଗୁରୁବାର ରାତିରେ ଜମ୍ମୁ ଓ କଶ୍ମୀରର କୁପୱାରା ଜିଲ୍ଲାରେ ଆରମ୍ଭ ହୋଇଥିବା ଏନକାଉଣ୍ଟରରେ ୫ଜଣ ଆତଙ୍କବାଦୀ ନିହତ ହୋଇଥିବା କାଶ୍ମୀର ଜୋନ୍ ପୁଲିସ ସୂଚନା ଦେଇଛି ।
ସେନା ଓ ପୁଲିସର ମିଳିତ ଟିମ୍ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏହି ଗୁଳିବିନିମୟ ହୋଇଥିଲା। ଏବେ ମଧ୍ୟ ସେ ଅଞ୍ଚଳରେ ତଲାସ ଅଭିଯାନ ଚାଲୁ ରହିଛି ବୋଲି ସରକାରୀ ଅଧିକାରୀମାନେ କହିଛନ୍ତି। ସରକାରୀ ଅଧିକାରୀମାନଙ୍କ କହିବା ଅନୁସାରେ, ଫେବ୍ରୁଆରି ମାସରୁ ଏଯାବତ୍ ନିୟନ୍ତ୍ରଣ ରେଖା ଅଞ୍ଚଳରେ ୧୦ଟି ପ୍ରମୁଖ ଅନୁପ୍ରବେଶ ଉଦ୍ୟମ ବ୍ୟର୍ଥ କରାଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking