ପାଟନା: ବିହାର ବିଧାନସଭା ନିର୍ବାଚନ ପାଇଁ ଭୋଟିଂ ଜାରି ହୋଇଛି । ଭୋଟ ଦେଲେ ନୀତିଶ କୁମାର । ସକାଳ ୯ଟା ସୁଦ୍ଧା ବିହାରରେ ୧୩.୧୩ ପ୍ରତିଶତ ଭୋଟିଂ ରହିଛି । ପ୍ରଥମ ପର୍ଯ୍ୟାୟରେ ୧୨୧ଟି ଆସନରେ ମତଦାନ ଗ୍ରହଣ କରିବେ । ୪୫ ହଜାରରୁ ଅଧିକ ମତଦାନ କେନ୍ଦ୍ରରେ ଭୋଟ ଦେଇ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୩ କୋଟି ୭୫ ଲକ୍ଷ ଭୋଟର । ସେମାନଙ୍କ ମଧ୍ୟରେ ୧ କୋଟି ୯୮ଲକ୍ଷ ପୁରୁଷ ଓ ୧ କୋଟି ୭୬ ଲକ୍ଷ ମହିଳା ଭୋଟର ରହିଛନ୍ତି । ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ୧୩୧୪ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ହେବ ।










