34.1 C
Bhubaneswar
Friday, March 29, 2024
Homeଓଡିଶାପଞ୍ଚଭୂତରେ ଲୀନ ହେଲେ ବିଜୟ

ପଞ୍ଚଭୂତରେ ଲୀନ ହେଲେ ବିଜୟ

ଭୁବନେଶ୍ଵର: ଭୁବନେଶ୍ବର ସତ୍ୟନଗରରେ ଓଲିଉଡ ଜଗତର ଲୋକପ୍ରିୟ ଅଭିନେତା ବିଜୟ ମହାନ୍ତିଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ରାଷ୍ଟ୍ରୀୟ ସମ୍ମାନର ସହ ବିଜୟ ମହାନ୍ତିଙ୍କ ଶେଷକୃତ୍ୟ ହୋଇଛି । ସବୁଦିନ ପାଇଁ ପଞ୍ଚଭୂତରେ ଲୀନ ହୋଇଛନ୍ତି ବିଜୟ ମହାନ୍ତି । ମୁଖାଗ୍ନି ଦେଇଛନ୍ତି ବିଜୟ ମହାନ୍ତିଙ୍କ ଏକମାତ୍ର ଜ୍ବାଇଁ ଦେବଦତ୍ତ ଦାସ । ତାଙ୍କର ଶେଷକୃତ୍ୟରେ କୋଭିଡ୍ କଟକଣା ପାଇଁ ପରିବାରର ଅଳ୍ପ ସଦସ୍ୟ ଉପସ୍ଥିତ ଥିଲେ ।
ତେବେ ଗତ ମେ ମାସରେ ଛାତିରେ ଯନ୍ତ୍ରଣା କାରଣରୁ ବିଜୟ ମହାନ୍ତିଙ୍କୁ ହାଇଦ୍ରାବାଦର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କର ଚିକିତ୍ସା କରାଯାଉଥିଲା । ଜୁନ୍ ୧୪ରେ ହାଇଦ୍ରାବାଦରୁ ଭୁବନେଶ୍ୱର ଫେରି କେୟାର ହସ୍ପିଟାଲରେ ଚିକିତ୍ସା ହେଉଥିଲେ ବିଜୟ । ନିଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ଗତ ସନ୍ଧ୍ୟାରେ ତାଙ୍କୁ ପୁଣି ଥରେ କେୟାର ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ ।
ରାଜଧାନୀର ଘରୋଇ ଡାକ୍ତରଖାନାରୁ ବିଜୟ ମହାନ୍ତିଙ୍କ ମରଶରୀରକୁ ପ୍ରଥମେ ବମିଖାଲସ୍ଥିତ ବାସଭବନକୁ ନିଆଯାଇଥିଲା । ପରିବାର ଓ ସମ୍ପର୍କୀୟ ଶେଷ ଦର୍ଶନ କରିବା ପରେ ପାର୍ଥିବ ଶରୀରକୁ ସଙ୍ଗୀତ ନାଟକ ମହାବିଦ୍ୟାଳୟକୁ ନିଆଯାଇଥିଲା । ସେଠାରେ ଶେଷ ଶ୍ରଦ୍ଧାଞ୍ଜଳି ଦିଆଯିବା ପରେ ରାଷ୍ଟ୍ରୀୟ ମର୍ଯ୍ୟାଦା ପ୍ରଦାନ କରାଯାଇଥିଲା ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking