18.1 C
Bhubaneswar
Saturday, December 6, 2025
Homeଓଡିଶାବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ମାର୍ଚ୍ଚ ୫ରେ ଆଡମ୍ବର ସହ ପାଳନ କରାଯିବ, ଛୁଟି ହିସାବରେ ପାଳନ...

ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ମାର୍ଚ୍ଚ ୫ରେ ଆଡମ୍ବର ସହ ପାଳନ କରାଯିବ, ଛୁଟି ହିସାବରେ ପାଳନ କରାଯିବ ନାହିଁ

ଭୁବନେଶ୍ୱର : ଓଡିଶାରେ ପ୍ରତିବର୍ଷ ମାର୍ଚ୍ଚ ୫ ତାରିଖକୁ ପଞ୍ଚାୟତିରାଜ ଦିବସ ରୂପେ ପାଳନ କରାଯାଉଅଛି। ତେବେ ପ୍ରତି ବର୍ଷ ଅପ୍ରେଲ ୨୪ ତାରିଖକୁ ଜାତୀୟ ପଞ୍ଚାୟିତରାଜ ଦିବସ ରୂପେ ପାଳନ କରାଯାଏ। ଏହି ଦିନ ବିଭିନ୍ନ ରାଜ୍ୟର ପଞ୍ଚାୟତ ପ୍ରତିନିଧି ମାନଙ୍କୁ ପୁରସ୍କାର ପ୍ରଦାନ, ରାଷ୍ଟ୍ରୀୟ ଗୌରବ ଗ୍ରାମସଭା ପୁରସ୍କାର, ମହାତ୍ମା ଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ପୁରସ୍କାର ଆଦି ପ୍ରଦାନ କରାଯାଇଥାଏ।

ପଞ୍ଚାୟତିରାଜ ଦିବସ ପାଳନରେ ଜାତୀୟ ଓ ରାଜ୍ୟ ସ୍ତରରେ ଥିବା ଏହି ଅସଂହତି ଦୂର କରିବା ପାଇଁ ଓଡିଶାରେ ମାର୍ଚ୍ଚ ୫ ତାରିଖକୁ ଆଉ ପଞ୍ଚାୟତିରାଜ ଦିବସ ରୂପେ ପାଳନ କରାନଯାଇ ଅପ୍ରେଲ ୨୪ ତାରିଖରେ ପାଳନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଲୋକସେବା ଦିବସ ମଧ୍ୟ ଅପ୍ରେଲ ୨୪ ତାରିଖରେ ପାଳନ କରାଯିବ। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏ ସଂପର୍କିତ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି । ମାର୍ଚ୍ଚ ୫ ତାରିଖ ହେଉଛି ଓଡିଶାର ମହାନ ବରପୁତ୍ର ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ । ଏହାକୁ ରାଜ୍ୟ ସରକାର ମହାସମାରୋହରେ ପାଳନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ତେବେ ଏହି ଦିବସକୁ ସରକାରୀ ଛୁଟି ଭାବେ ପାଳନ କରାଯିବ ନାହିଁ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking