35.1 C
Bhubaneswar
Tuesday, April 23, 2024
Homeଓଡିଶାବାଇକ୍ ଦୁର୍ଘଟଣାରେ ୨ ମୃତ, ୨ ଗୁରୁତର

ବାଇକ୍ ଦୁର୍ଘଟଣାରେ ୨ ମୃତ, ୨ ଗୁରୁତର

ଭବାନୀପାଟଣା : କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ଅନ୍ତର୍ଗତ ମ.ରାମପୁର ରାସ୍ତାର ଡୁବୁଙ୍ଗ ନିକଟରେ ଦୁର୍ଘଟଣାରେ ୨ ଜଣ ପ୍ରାଣ ହରାଇଥିବା ବେଳେ ଅନ୍ୟ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି।ସେମାନଙ୍କୁ ଚିକିତ୍ସାଲାଗି ସ୍ଥାନୀୟ ଡାକ୍ତରଖାନାରେ ଭର୍ତି କରାଯାଇଛି ।
ସୂଚନା ଅନୁଯାୟୀ, ବୁଧବାର ବିଳମ୍ବିତ ରାତିରେ ମ.ରାମପୁର ରାସ୍ତାର ଡୁବୁଙ୍ଗ ନିକଟରେ ଦୁଇଟି ବାଇକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଅନ୍ୟ ଦୁଇ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ସେମାନଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଛନ୍ତି। ପୁଲିସ ଘଟଣାସ୍ଥଳରେ ପହଂଚି ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି ।
https://onakhabar.com/2020/02/26/electry-suck-child-death/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking