ଦିଗପହଣ୍ଡି: ଦିଗପହଣ୍ଡିରେ ଭୟଙ୍କର ସଡକ ଦୁର୍ଘଟଣା । ଗଛକୁ ପିଟିଲା ବାଇକ୍ । ଏହି ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳିପାରିନାହିଁ । ସୂଚନା ଅନୁସାରେ, ଜରଡ଼ା ଥାନା ତମ୍ବାପୁର-ମନ୍ଦରଡ଼ା ରାସ୍ତାରେ ଭାରସାମ୍ୟ ହରାଇ ଗଛକୁ ପିଟିଲା ବାଇକ୍ । ଏହି ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ଜଣେ ବାଇକ୍ ଆରୋହୀ ଗୁରୁତର ଆହତ ହୋଇଥିଲେ । ତାଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଘଟଣା ସମ୍ପର୍କରେ ସୂଚନା ପାଇଁ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।










