ବୌଦ୍ଧ: ବୌଦ୍ଧ ଜିଲ୍ଲାରେ ଭୟଙ୍କର ସଡକ ଦୁର୍ଘଟଣା । ବାଇକ୍ ଧକ୍କା ଦେଇଛି ଟ୍ରକ୍ । ଏହି ଦୁର୍ଘଟଣାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳିପାରିନାହିଁ । ସୂଚନା ଅନୁସାରେ, ଆଜି ସକାଳେ ବୌଦ୍ଧ ଜିଲ୍ଲାର ପୁରୁଣାକଟକ ଅଞ୍ଚଳରେ ଦ୍ରୁତଗାମୀ ଟ୍ରକ୍ ବାଇକ୍କୁ ଧକ୍କା ଦେଇଥିଲା । ଏହା ପରେ ଭାରସାମ୍ୟ ହରାଇ ଟ୍ରକ୍ଟି ଗଛରେ ପିଟି ହୋଇଯାଇଥିଲା । ଏହି ଦୁର୍ଘଟଣାରେ ଘଟଣାସ୍ଥଳରେ ହିଁ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତଦେହକୁ ହେପାଜତକୁ ନେଇ ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି । ଟ୍ରକ୍ ଡ୍ରାଇଭରଙ୍କୁ ଅଟକ ରଖି ପଚରାଉଚରା କରୁଛିି । ଅଧିକ ତଥ୍ୟ ପାଇଁ ପୋଲିସର ତଦନ୍ତ ଜାରି ରହିଛି ।










