31.7 C
Bhubaneswar
Friday, July 24, 2026
Homeଓଡିଶାଆରପାରିରେ ଶତାୟୁ ସ୍ୱାଧୀନତା ସଂଗ୍ରାମୀ ବିମ୍ବାଧର ମୁଦୁଲି

ଆରପାରିରେ ଶତାୟୁ ସ୍ୱାଧୀନତା ସଂଗ୍ରାମୀ ବିମ୍ବାଧର ମୁଦୁଲି

ଭୁବନେଶ୍ୱର: ବିଶିଷ୍ଟ ଶତାୟୁ ସ୍ୱାଧୀନତା ସଂଗ୍ରାମୀ ତଥା ରାଜ୍ୟ ସ୍ୱାଧୀନତା ସଂଗ୍ରାମୀ ସମିତିର ସଭାପତି ବିମ୍ବାଧର ମୁଦୁଲିଙ୍କର ପରଲୋକ ହୋଇଯାଇଛି । କଟକ ଏସ.ସି.ବି. ମେଡିକାଲ କଲେଜ ଓ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୧୦୨ ବର୍ଷ ବୟସ ହୋଇଥିଲା । ସୂଚନାଯୋଗ୍ୟ ଯେ, ସ୍ୱର୍ଗତ ମୁଦୁଲି କେନ୍ଦ୍ରାପଡ଼ା ଜିଲ୍ଲାର ଜଣେ ମୂଳ ବାସିନ୍ଦା ଥିଲେ । ଦେଶର ସ୍ୱାଧୀନତା ସଂଗ୍ରାମରେ ତାଙ୍କର ଅତୁଳନୀୟ ଅବଦାନ ରହିଥିଲା । ନିକଟରେ ସେ ରାଜ୍ୟ ସ୍ୱାଧୀନତା ସଂଗ୍ରାମୀ ସମିତିର ସଭାପତି ଭାବେ ନିର୍ବାଚିତ ହୋଇ କାର୍ଯ୍ୟ କରୁଥିଲେ । ତାଙ୍କ ବିୟୋଗରେ ସ୍ଥାନୀୟ ଅଞ୍ଚଳ ସମେତ ସମଗ୍ର ରାଜ୍ୟରେ ଶୋକର ଛାୟା ଖେଳିଯାଇଛି । ବିଭିନ୍ନ ମହଲରୁ ତାଙ୍କ ଅମର ଆତ୍ମାର ସଦଗତି କାମନା କରାଯିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking