27.1 C
Bhubaneswar
Sunday, September 8, 2024
Homeଓଡିଶାଭିଜିଲାନ୍ସ ଜାଲରେ ବୈପାରିଗୁଡ଼ା ଥାନା ଅଧିକାରୀ

ଭିଜିଲାନ୍ସ ଜାଲରେ ବୈପାରିଗୁଡ଼ା ଥାନା ଅଧିକାରୀ

କଟକ: ଭିଜିଲାନ୍ସ ଜାଲରେ କୋରାପୁଟ ଜିଲ୍ଲା ବୈପାରିଗୁଡ଼ା ଥାନା ଅଧିକାରୀ ସୁଶାନ୍ତ କୁମାର ଶତପଥୀ। ତାଙ୍କ ନିକଟରୁ ଏଯାଏ ଭିଜିଲାନ୍ସ ନଗଦ ୩୭ ଲକ୍ଷ ୨୭ ହଜାର ଟଙ୍କା ଜବତ କରିଛି। ଗତକାଲି ଏକ ଘରୋଇ ବସରେ କଟକ ଆସୁଥିବାବେଳେ ଜୟପୁରରୁ ୫ କିଲୋମିଟର ଦୂର ଟାଙ୍କୁଆ ନିକଟରେ ସୁଶାନ୍ତଙ୍କୁ ଧରିଥିଲା ଭିଜିଲାନ୍ସ ଟିମ୍। ତାଙ୍କ ନିକଟରୁ ୨ ଲକ୍ଷ ୭୦ ହଜାର ଟଙ୍କା ଓ ବୈପାରୀଗୁଡ଼ା ଥାନାରେ ଥିବା ସୁଶାନ୍ତଙ୍କ ଅଫିସ ଚାମ୍ବରରୁ ଲକ୍ଷେ ୮୦ ହଜାର ଟଙ୍କା ଜବତ ହୋଇଥିଲା।

ବୈପାରୀଗୁଡ଼ା ସ୍ଥିତ ଘରୁ ୩ ଲକ୍ଷ ଟଙ୍କା ଜବତ ହୋଇଥିଲା। ଗତକାଲି ସାଢେ ୭ ଲକ୍ଷ ଟଙ୍କା ଜବତ ହୋଇଥିବା ବେଳେ ଆଜି କଟକ ବକ୍ସିବଜାରସ୍ଥିତ ସରକାରୀ ବାସଭବନରୁ ୨୯ ଲକ୍ଷ ୭୭ ହଜାର ଟଙ୍କା ଜବତ ହୋଇଛି। ଏଥିରେ ୫ଶହ ଟଙ୍କିଆ, ଶହେ ଓ ଦୁଇ ଶହ ଟଙ୍କିଆ ନୋଟ୍ ଥିବା ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking